Posted inଜାତୀୟ

ଶାହାଙ୍କ ସହିତ ଧୋନୀଙ୍କ ଫଟୋ, ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା !…

ନୂଆଦିଲ୍ଲୀ,୧୨।୧୧ : ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ  ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କର ଭେଟ ହୋଇଛି। ଏହାପରେ ବିଭିନ୍ନ ପ୍ରକାରର ପ୍ରଶ୍ନ ଉଠିବା ଆରମ୍ଭ ହୋଇଛି। ଅମିତ ଶାହା ଏବଂ ଧୋନୀଙ୍କ ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଳାଗିଛି। ଫଟୋରେ ଦୁହିଁଙ୍କୁ ଏକାଠି ଦେଖିବା ପରେ ଧୋନୀ ଭାଜପାରେ ଯୋଗଦେବାକୁ ଯାଉଛନ୍ତି କି ବୋଲି ପ୍ରଶ୍ନ ୟୁଜରମାନେ ପଚାରିବାରେ ଲାଗିଛନ୍ତି।

ଶନିବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଫଟୋରେ ଧୋନୀ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ହାତ ମିଳାଉଥିବାର ନଜର ଆସିଛନ୍ତି। ଇଣ୍ଡିଆ ସିମେଣ୍ଟର ୭୫ ବର୍ଷ ପୂରଣ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମର ଏହି ଫଟୋ।ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି ମଧ୍ୟ ଏଥିରେ ଭାଗ ନେଇଥିଲେ। ଇଣ୍ଡିଆ ସିମେଣ୍ଟର ମାଲିକ ହେଉଛନ୍ତି ଏନ ଶ୍ରୀନିବାସ, ଯିଏକି ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ତାଙ୍କ ଦଳ।
ଧୋନି ଏବଂ ଅମିତ ଶାହାଙ୍କ ଛବି ଏକାଠି ଦେଖି ଲୋକମାନେ ବିଭିନ୍ନ ପ୍ରକାରର ମନ୍ତବ୍ୟ ଦେଉଛନ୍ତି। ୟୁଜର ପଚାରିଛନ୍ତି ମହେନ୍ଦ୍ର ସିଂ ଭାଜପାରେ ଯୋଗଦେବାକୁ ଯାଉଛନ୍ତି କି?
ଏହା ପ୍ରଥମ ଘଟଣା ନୁହେଁ ଯେ ଜଣେ କ୍ରିକେଟର ଭାଜପାରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଚାଲିଛି। ଏହାପୂର୍ବରୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ସୌରଭ ଗାଙ୍ଗୁଲିଙ୍କ ବିଷୟରେ ଏପରି କଳ୍ପନାଜଳ୍ପନା ବହୁ ଥର ଘଟିଥିଲା। ଗାଙ୍ଗୁଲିଙ୍କୁ ବିସିସିଆଇ ସଭାପତି କରାଯିବା ପରେ କଳ୍ପନାଜଳ୍ପନା ଆହୁରି ଜୋର ଧରିଥିଲା ହୋଇଥିଲା। ଅମିତ ଶାହାଙ୍କ ସହ ତାଙ୍କର ସାକ୍ଷାତର କିଛି ଚିତ୍ର ମଧ୍ୟ ପ୍ରକାଶ ପାଇଥିଲା। ତେବେ ପରେ ଗାଙ୍ଗୁଲି କୌଣସି ଦଳରେ ଯୋଗ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri