Posted inଖେଳ

ଧୋନୀଙ୍କ ଅବସର ପରେ କ’ଣ କଲେ ଏହି ପାକିସ୍ତାନୀ ପ୍ରଶଂସକ

ନୂଆଦିଲ୍ଲୀ, ୧୭।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୭୪ତମ ସ୍ବାଧିନତା ଦିବସ ଅବସରରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରି ନିଜର ଅଗଣିତ ପ୍ରଶଂସକଙ୍କୁ ଚକିତ କରିଦେଇଛନ୍ତି। ଧୋନୀଙ୍କ ଏହି ନିଷ୍ପତ୍ତି ପରେ ପାକିସ୍ତାନରେ ଜନ୍ମିତ ତାଙ୍କର ସବୁଠାରୁ ବଡ଼ ପ୍ରଶଂସକ ମହମ୍ମଦ ବସିର ବୋଜାଇ ମଧ୍ୟ ଅବସର ଘୋଷଣା କରିଛନ୍ତି। ବିଶ୍ୱ କ୍ରିକେଟ୍‌ରେ ‘ଚାଚା ଚିକାଗୋ’ ନାମରେ ପରିଚିତ ବସିର ଭାରତ ଓ ପାକିସ୍ତାନ ମଧ୍ୟରେ ଆଉ କୌଣସି ଅନ୍ତର୍ଜାତୀୟ ମ୍ୟାଚ୍‌ ଦେଖି ନ ଯିବାକୁ ନିଷ୍ପତ୍ତି ନେଇଛନ୍ତି। ଧୋନୀଙ୍କ ଅବସର ପରେ ବିଶ୍ୱ କ୍ରିକେଟ୍‌ର ଅନ୍ୟତମ ଦୁଇ ଶ୍ରେଷ୍ଠ ଦଳ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଦେଖିବାର ଆଉ କୌଣସି ମୂଲ୍ୟ ନାହିଁ ବୋଲି ବସିର କହିଛନ୍ତି। ଏକ ସାକ୍ଷାତ୍‌କାର ଅବସରରେ ଏହି ପାକିସ୍ତାନୀ ପ୍ରଶଂସକ କହିଛନ୍ତି, ‘ଧୋନୀ ଅବସର ନେଇଛନ୍ତି, ଆଉ ମୁଁ ମଧ୍ୟ। ସେ ଖେଳୁ ନ ଥିବାରୁ ଆଉ ମ୍ୟାଚ୍‌ ଦେଖିବାକୁ ଯିବିନି। ସମସ୍ତ ମହାନ ଖେଳାଳିଙ୍କୁ ଗୋଟିଏ ଦିନ ଅବସର ନେବାକୁ ପଡ଼ିବ। କିନ୍ତୁ ଧୋନୀଙ୍କ ଅବସର ମୋତେ ଦୁଃଖ ଦେଇଛି। ସେ ଏକ ଚମତ୍କାର ବିଦାୟ ପାଇବାର ହକଦାର ଥିଲେ।’ ୨୦୧୧ରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ବିଶ୍ୱକପ୍‌ ସେମିଫାଇନାଲ ମ୍ୟାଚ୍‌ରେ ବସିର ଟିକେଟ୍‌ ପାଇବାରୁ ବଞ୍ଚିତ ହୋଇଥିଲେ। କିନ୍ତୁ ଧୋନୀ ତାଙ୍କ ପାଇଁ ଏକ ଟିକେଟ୍‌ ଯୋଗାଡ଼ କରିଦେଇଥିଲେ। ଫଳରେ ବସିର ଏହି ହାଇଭୋଲଟେଜ ମ୍ୟାଚ୍‌ ଦେଖିପାରିଥିଲେ। ୩ଥର ହାର୍ଟଆଟାକ୍‌ର ଶିକାର ହୋଇଥିବା ବସିର ଆଗାମୀ ଦିନରେ କରୋନା ସ୍ଥିତି ସ୍ବାଭାବିକ ହେଲାପରେ ରାଞ୍ଚି ଆସି ଧୋନୀଙ୍କୁ ସାକ୍ଷାତ୍‌ କରିବା ଲାଗି ଯୋଜନା କରିଛନ୍ତି। ବସିର ଆମେରିକାର ଚିକାଗୋରେ ଏକ ରେଷ୍ଟୁରାଷ୍ଟ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri