Posted inଖେଳ

ଭାରତ-ମାଳଦ୍ୱୀପ ବିବାଦ ମଧ୍ୟରେ ଧୋନୀଙ୍କ ଏହି ଭିଡିଓ ହେଉଛି ଭାଇରାଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୮।୧: ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲାକ୍ଷାଦ୍ୱୀପ ଗସ୍ତର ଫଟୋ ଉପରେ ମାଳଦ୍ୱୀପ ମନ୍ତ୍ରୀଙ୍କ କିଛି କମେଣ୍ଟକୁ ନେଇ ବିବାଦ ଥମିବାର ନାଁ ଧରୁନି। ଏହି ପ୍ରସଙ୍ଗରେ ଭାରତ ସରକାର ଦେଶରେ ମାଳଦ୍ୱୀପ କୂଟନୀତିଜ୍ଞଙ୍କୁ ରିପୋର୍ଟ ତଲବ କରିଥିବାବେଳେ ପ୍ରତ୍ୟେକ ଭାରତୀୟ ସୋସିଆଲ ମିଡିଆରେ ଏହି ବିଷୟରେ ନିଜର ମତ ପ୍ରକାଶ କରୁଛନ୍ତି। କ୍ରିକେଟରମାନେ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ବୀରେନ୍ଦ୍ର ସେହ୍ବାଗଙ୍କଠାରୁ ଇରଫାନ ପଠାନଙ୍କ ପର୍ଯ୍ୟନ୍ତ ଅନେକ କ୍ରିକେଟର ଭାରତ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି ଏହି ଅପମାନକୁ ନେଇ ନିରାଶ ହୋଇଛନ୍ତି। ଏସବୁ ମଧ୍ୟରେ ଏମଏସ ଧୋନୀଙ୍କ ଏକ ପୁରୁଣା ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓଟି ଏହି ବିବାଦରେ ସମ୍ପୂର୍ଣ୍ଣ ଫିଟ ବୋଲି କୁହାଯାଉଛି।
ଧୋନୀ ଏହି ଭିଡିଓରେ କହୁଛନ୍ତି, ମୁଁ ବହୁତ ଯାତ୍ରା କରିଛି କିନ୍ତୁ ଛୁଟିଦିନ ଉଦ୍ଦେଶ୍ୟରେ ନୁହେଁ। ମୋର କ୍ରିକେଟ ଖେଳ ପାଇଁ ମୁଁ ବିଭିନ୍ନ ଦେଶ ପରିଦର୍ଶନ କରିଥିଲି କିନ୍ତୁ ମୁଁ ଅଧିକ ଦେଖି ନ ଥିଲି କାରଣ ମୋର ଧ୍ୟାନ କେବଳ କ୍ରିକେଟ ଉପରେ ଥିଲା। ମୋ ସ୍ତ୍ରୀ ଭ୍ରମଣ କରିବାକୁ ପସନ୍ଦ କରନ୍ତି। ତେଣୁ ବର୍ତ୍ତମାନ ମୋର ଯୋଜନା ହେଉଛି ଯଦି ଆମେ ସମୟ ପାଉ, ତେବେ ବିଭିନ୍ନ ସ୍ଥାନ ପରିଦର୍ଶନ କରିବା ଉଚିତ୍‌। ଆମେ ଭାରତରୁ ଆମର ଯାତ୍ରା ଆରମ୍ଭ କରିବାକୁ ଚାହୁଁଛୁ। ଆମର ଏଠାରେ ଅନେକ ସୁନ୍ଦର ସ୍ଥାନ ଅଛି। ତେଣୁ ଅନ୍ୟ କୌଣସି ସ୍ଥାନକୁ ଯିବା ପୂର୍ବରୁ ମୁଁ ଏଗୁଡିକ ଦେଖିବାକୁ ଚାହେଁ।

https://twitter.com/WorshipDhoni/status/1743997319392157987


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri