Posted inଖେଳ

ଧୋନୀଙ୍କ ଉଇକେଟ ଆଭେଶଙ୍କ ସ୍ବପ୍ନ ଥିଲା

ମୁମ୍ବାଇ, ୧୩ା୪ (ପି.ଟି.)- ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଆଇପିଏଲ୍‌ ଓପନରରେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂଙ୍କ ଧୋନୀଙ୍କ ଉଇକେଟ ହାସଲ ଦ୍ୱାରା ଦିଲ୍ଲୀ କ୍ୟାପିଟାଲ୍ସ ପେସ୍‌ ବୋଲର ଆଭେଶ ଖାଁଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହୋଇଛି। ସିଏସ୍‌କେ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସର ୭ ଉଇକେଟ ବିଜୟ ମ୍ୟାଚ୍‌ରେ ଇନ୍ଦୋରର ଏହି ୨୪ ବର୍ଷୀୟ ବୋଲର ଧୋନୀ ଓ ଦକ୍ଷିଣ ଆଫ୍ରିକାର ଫାଫ୍‌ ଡୁ’ପ୍ଲେସିଙ୍କ ଉଇକେଟ ଅକ୍ତିଆର କରିଥିଲେ। ଆଭେଶ କହିଛନ୍ତି, ୩ ବର୍ଷ ପୂର୍ବେ ଧୋନୀଙ୍କ ଉଇକେଟ ନେବାଲାଗି ତାଙ୍କ ପାଇଁ ଏକ ସୁଯୋଗ ଥିଲା। କିନ୍ତୁ ଜଣେକେହି କ୍ୟାଚ ଡ୍ରପ୍‌ କରିଦେବାରୁ ସେ ବିଫଳ ହୋଇଥିଲେ। ବର୍ତ୍ତମାନ ସେ ଧୋନୀଙ୍କ ଉଇକେଟ ନେଇଥିବାରୁ ତାଙ୍କ ସ୍ବପ୍ନ ସାକାର ହୋଇପାରିଛି। କିଛିଦିନ ହେଲା ପ୍ରତିଯୋଗିତାମୂଳକ ମ୍ୟାଚ ଖେଳି ନ ଥିବାରୁ ଫ୍ରାଞ୍ଚାଇଜ୍‌ ପକ୍ଷରୁ ତାଙ୍କ ଉପରେ ଚାପ ପକାଯାଇଥିଲା। ବୋଧହୁଏ ଏହି କାରଣରୁ ସେ ଧୋନୀଙ୍କ ଉଇକେଟ ନେଇ ପାରିଥିଲେ। ସେ ୨୩ରନ ବିନିମୟରେ ୨ ଉଇକେଟ ଅକ୍ତିଆର କରିଥିଲେ। ଦିଲ୍ଲୀ ସିଏସ୍‌କେକୁ ୧୮୮/୭ରେ ସୀମିତ କରିଦେଇଥିଲା। ଦିଲ୍ଲୀ ବିଜୟ ଲକ୍ଷ୍ୟକୁ ୧୮.୪ ଓଭରରେ ହାସଲ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri