ଭଞ୍ଜନଗରରୁ ପୁରୀ ଗଲା ଢଉରା କାଠ

ଭଞ୍ଜନଗର,୧୧ା୪(ଡି.ଏନ.ଏ.): ପ୍ରଥମ ଥର ପାଇଁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜ ବାଇବାଲି ଜଙ୍ଗଲରୁ ୪୦ ଫୁଟ ଲମ୍ବର ୨୦ ଖଣ୍ଡ ଢଉରା କାଠ ପୁରୀ ରଥଯାତ୍ରା ପାଇଁ ପଠାଯାଇଛି। ଆଉ କିଛି ଦିନ ପରେ କେନ୍ଦ୍ରୀୟ ବନାଞ୍ଚଳ ପୁରୁଣାପାଣିରୁ ମଧ୍ୟ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ପାଇଁ ଫାଶି କାଠ ଯିବ । କାଠ କାଟି ଜଙ୍ଗଲରେ ଗଛିତ ରଖାଯାଇଛି। ଏଥିସହ ତାରସି ରେଞ୍ଜରୁ ପୂର୍ବରୁ ଦୁଇଥର ପୁରୀ ରଥଯାତ୍ରା ପାଇଁ ଫାଶି କାଠ ପଠାଯାଇଥିବା ବେଳେ ଚଳିତ ବର୍ଷ ମଧ୍ୟ ଫାଶି କାଠ ପଠାଯିବ। କାଠ କାଟି ଜଙ୍ଗଲରେ ରଖାଯାଇଛି। ବାଇବାଲି ଜଙ୍ଗଲରୁ ଆଜି ଏକ ବିରାଟ ଟ୍ରକରେ କାଠ ଗୁଡିକୁ ନିଆଯିବ ସମୟରେ ବାଟରେ ବିଭିନ୍ନ ସ୍ଥାନରେ ରଥ କାଠକୁ ଲୋକେ ପୂଜାର୍ଚ୍ଚନା କରିବା ସହ ସ୍ବାଗତ କରିଥିଲେ। ହୁଳହୁଳି ଏବଂ ଢୋଲ, ମୃଦଙ୍ଗର ତାଳେତାଳେ ରଥ କାଠ ଭର୍ତ୍ତି ହୋଇଥିବା ଟ୍ରକ୍‌କୁ ଲୋକେ ପାଛୋଟି ନେଇଥିଲେ। ଏହି ସମୟରେ କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ କୁମର ବେହେରା, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, ବନପାଳ ବଂଶୀଧର ବିଶୋଇ, ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ବାବଧାରକ ଶୂଳ ପାଣି ସତପଥୀ, ଏମ୍‌ପି ପ୍ରତିନିଧି ପଞ୍ଚାନନ ପାଳ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri