Posted inଜାତୀୟ

ପରୀକ୍ଷଣ ସମୟରେ ଧ୍ରୁବ ହେଲିକପ୍ଟରର ଜରୁରୀକାଳୀନ ଅବତରଣ…

କୋଚି,୨୬।୩ : ଭାରତୀୟ ତଟରକ୍ଷୀ ବାହିନୀର ଏଏଲଏଚ ଧ୍ରୁବ ହେଲିକପ୍ଟରର ଏକ ପରୀକ୍ଷଣ ବିମାନକୁ ରବିବାର କେରଳର କୋଚିରେ ଜରୁରୀକାଳୀନ ଅବତରଣ କରାଯାଇଛି। ନ୍ୟୁଜ ଏଜେନ୍ସି ଅନୁଯାୟୀ, ଏଏଲଏଚ ଧ୍ରୁବ ମାର୍କ-୩ ଏକ ପରୀକ୍ଷଣ ଉଡ଼ାଣ ସମୟରେ ୨୫ ଫୁଟ ଉଚ୍ଚରେ ଥିଲା। ତେବେ କୌଣସି କାରଣରୁ ହେଲିକପ୍ଟରକୁ ହଠାତ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିବା କୁହାଯାଉଛି।

କୋଷ୍ଟଗାର୍ଡର ଅଧିକାରୀମାନେ କହିଛନ୍ତି ଜରୁରୀ ଅବତରଣ ଯୋଗୁ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଛି। ଏହି ଘଟଣାରେ କୌଣସି କ୍ଷୟକ୍ଷତିର ଖବର ଏପର୍ଯ୍ୟନ୍ତ ସାମ୍ନାକୁ ଆସିନାହିଁ।

କୁହାଯାଉଛି ଯେ ଭାରତୀୟ ତଟରକ୍ଷୀ ବାହିନୀ ଏଏଲଏଚ ଧ୍ରୁବ ହେଲିକପ୍ଟର ଉଡ଼ାଣ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇବା ପାଇଁ ନିରନ୍ତର କାର୍ଯ୍ୟ କରୁଛି। ସେହି ମାସରେ ମୁମ୍ବାଇ ଉପକୂଳରେ ଏକ ଦୁର୍ଘଟଣା ପରେ ପ୍ରତିରକ୍ଷା ବାହିନୀ ଦ୍ୱାରା ସତର୍କତାମୂଳକ ପଦକ୍ଷେପ ଭାବରେ ଏଏଲଏଚ ଧ୍ରୁବ ହେଲିକପ୍ଟରଗୁଡିକର ଉଡ଼ାଣ ଉପରେ ରୋକ ଲଗାଯାଇଥିଲା।

ଏହି ରୋକ ପରେ କୁହାଯାଇଥିଲା ଯେ ଯେପର୍ଯ୍ୟନ୍ତ ଅନୁସନ୍ଧାନକାରୀମାନେ ହେଲିକପ୍ଟର ଦୁର୍ଘଟଣାର କାରଣ ଜାଣି ନାହାଁନ୍ତି ସେ ପର୍ଯ୍ୟନ୍ତ ଏହି ନିଷେଧାଦେଶ ଜାରି ରହିବ। ଆଡଭାନ୍ସଡ ଲାଇଟ ହେଲିକପ୍ଟର (ଏଏଲଏଚ) ଧ୍ରୁବ ହେଲିକପ୍ଟର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ ଦ୍ୱାରା ନିର୍ମାଣ କରାଯାଇଛି। ଏହାକୁ ଭାରତୀୟ ତଟରକ୍ଷୀ ବାହିନୀ, ସେନା, ନୌସେନା ଏବଂ ବାୟୁସେନାରେ ବ୍ୟବହାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri