ଏକାଠି ହେଲେ ଧ୍ରୁବ, ଅଂଶୁମାନ

ରାଜନଗର, ୨୩ା୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ବିଜେଡି ସମନ୍ବୟ ବୈଠକ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡ଼ା ଜିଲା କଂଗ୍ରେସ କମିଟି ସଭାପତି ଅଂଶୁମାନ ମହାନ୍ତି ଫେବୃଆରୀ ୧୪ରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଫେବୃଆରୀ ୧୬ରେ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଥିଲେ। ବିଜେଡିରେ ସାମିଲ ହୋଇଥିଲେ ମଧ୍ୟ ସେ ରାଜନଗର ଆଜି ଯାଏ ଆସିନାହାନ୍ତି। ବିଜେଡି କର୍ମୀ ଓ ଅଂଶୁମାନଙ୍କ ସମର୍ଥକଙ୍କ ମଧ୍ୟରେ ସୋସିଆଲ ମିଡିଆରେ ଆକ୍ଷେପ ପ୍ରତିଆକ୍ଷେପ ଜାରି ରହିଥିଲା। ଉଭୟଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ଫେରାଇ ଆଣିବାକୁ ସମନ୍ବୟ ବୈଠକ ବସିଥିଲା। ଏଥିରେ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, କେନ୍ଦ୍ରାପଡ଼ା ଜିଲା ପର୍ଯ୍ୟବେକ୍ଷକ ପ୍ରତାପ କୁମାର ଜେନା, ରାଜନଗର ବିଧାୟକ ଧ୍ରୁବ ସାହୁ ଓ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଉପସ୍ଥିତ ଥିଲେ। ଏଥିରେ ରାଜନଗର ବିଜେଡି କର୍ମୀ ଓ ଦଳରେ ସାମିଲ ହୋଇଥିବା ଅଂଶୁମାନଙ୍କ ସମର୍ଥକ ଥିଲେ। ବୈଠକରେ ଉଭୟ ଧ୍ରୁବ ଓ ଅଂଶୁମାନ ଚଳିତ ନିର୍ବାଚନରେ ପ୍ରାର୍ଥୀ ହେଉଛନ୍ତି। ଏ ନେଇ ବିଧିବଦ୍ଧ ଭାବେ ଘୋଷଣା ହୋଇ ନ ଥିଲେ ମଧ୍ୟ ଦଳର ହାଇକମାଣ୍ଡ ଗ୍ରୀନ ସିଗ୍‌ନାଲ ଦେଇ ସାରିଛନ୍ତି। ଧ୍ରୁବ ରାଜନଗର ପାଇଁ ଓ ଅଂଶୁମାନ ସଂସଦୀୟ କ୍ଷେତ୍ର ନିମନ୍ତେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ନେତା ସ୍ପଷ୍ଟ କରିଥିଲେ। ଏଥିସହ ଆସନ୍ତା ୨୭ ତାରିଖରେ ରାଜନଗରରେ ସମ୍ବର୍ଦ୍ଧନା ସଭା ପରେ ସଂସଦୀୟ କ୍ଷେତ୍ରରେ ଅଂଶୁମାନ ବୁଲିବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ଉଭୟ କର୍ମୀ ଦଳର ଶୃଙ୍ଖଳା ମଧ୍ୟରେ କାମ କରିବେ। କେହି କାହା ବିରୋଧରେ ସୋସିଆଲ ମିଡିଆରେ ଆକ୍ଷେପ ପ୍ରତିଆକ୍ଷେପ କରିବେ ନାହିଁ। ରାଜନଗର ବ୍ଲକର ମହିଁଷାସୁରଠାରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେବ।
ସମନ୍ବୟ ବୈଠକରେ ଅଂଶୁମାନ ଓ ଧ୍ରୁବ ପରସ୍ପରକୁ ମିଠା ଖୁଆଇଥିବା ଏବଂ ଯୋଗ ଦେଇଥିବା ଛାମୁଆ କର୍ମୀମାନେ ମଧ୍ୟ ମିଠା ଖାଇ ଏକ ହୋଇ କାମ କରିବେ ବୋଲି ନିଷ୍ପତ୍ତି ନେଇଥିଲେ। ଏଥିରେ ବେଗୁନିଆର ବିଜେଡି ପର୍ଯ୍ୟବେକ୍ଷକ ମିଟୁ ଦାସ, ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ଚନ୍ଦ୍ର ସାହୁ, ରାଜନଗର ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ, ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟି ଅଧ୍ୟକ୍ଷ ହେମନ୍ତ କୁମାର ସାହୁ, ରାଜନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରତିଭା ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri