ଆମେରିକାର ଧ୍ରୁବୀ ପଟେଲ ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌

ଓ୍ବାଶିଂଟନ,୨୧ା୯: ଆମେରିକାର କମ୍ପ୍ୟୁଟର ଇନ୍‌ଫର୍ମେଶନ ସିଷ୍ଟମ୍‌ ଛାତ୍ରୀ ଧ୍ରୁବୀ ପଟେଲଙ୍କୁ ଚଳିତ ବର୍ଷର ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌ ବିଜେତା ଘୋଷଣା କରାଯାଇଛି। ଧ୍ରୁବୀ ବଲିଉଡ୍‌ ଅଭିନେତ୍ରୀ ହେବା ସହ ୟୁନିସେଫ୍‌ ଆମ୍ବାସାଡର ହେବାକୁ ଲକ୍ଷ୍ୟ ରଖିଛନ୍ତି। ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍‌ାଇଡ୍‌ ଜିତିବା ଏକ ଅବିଶ୍ୱସନୀୟ ସମ୍ମାନ। ଏହା ମୁକୁଟଠାରୁ ମଧ୍ୟ ବହୁ ଅଧିକ। ଏହା ମୋର ଐତିହ୍ୟ, ମୂଲ୍ୟବୋଧର ପ୍ରତିନିଧିତ୍ୱ କରିବା ସହ ବିଶ୍ୱସ୍ତରରେ ଅନ୍ୟମାନଙ୍କୁ ପ୍ରେରଣା ଦେବାର ସୁଯୋଗ ବୋଲି ଧ୍ରୁବୀ ନ୍ୟୁଜର୍ସିର ଏଡିସନ୍‌ଠାରେ ମୁକୁଟ ଜିତିବା ପରେ ଗଣମାଧ୍ୟମକୁ କହିଛନ୍ତି। ଏହି ପ୍ରତିଯୋଗିତାରେ ସୁରିନାମ୍‌ର ଲିସା ଆବ୍‌ଡୋଲହକ୍‌ ପ୍ରଥମ ରନର-ଅପ୍‌ ହୋଇଥିବାବେଳେ ନେଦରଲାଣ୍ଡସ୍‌ର ମାଳବିକା ଶର୍ମା ଦ୍ୱିତୀୟ ରନର୍‌-ଅପ୍‌ ହୋଇଛନ୍ତି। ମିସେସ୍‌ ବର୍ଗରେ ତ୍ରିନିଦାଦ ଏବଂ ଟବାଗୋର ସୁ ଆନ୍‌ ମୌଟ୍ଟେଟ୍‌ ବିଜେତା ହୋଇଥିବାବେଳ ସ୍ନେହ ନାମ୍ବିଆର ପ୍ରଥମ ଏବଂ ପଓ୍ବନଦୀପ୍‌ କୌର ଦ୍ୱିତୀୟ ରନର-ଅପ୍‌ ହୋଇଛନ୍ତି। ନାବାଳିକା ବର୍ଗରେ ଗୁଆଡେଲୁପ୍‌ର ସିିଏରା ସୁରେଟ୍‌ ମିସ୍‌ ଟିନ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌ ମୁକୁଟ ପିନ୍ଧିଥିବାବେଳେ ନେଦରଲାଣ୍ଡସ୍‌ର ଶ୍ରେୟା ସିଂ ଏବଂ ସୁରିନାମ୍‌ର ଶ୍ରଦ୍ଧା ଟେଡ୍‌ଜୋ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ରନର-ଅପ୍‌ ହୋଇଛନ୍ତି। ନ୍ୟୁୟର୍କର ଇଣ୍ଡିଆ ଫେଷ୍ଟିଭାଲ କମିଟି ଏହି ସୁନ୍ଦରୀ ପ୍ରତିଯୋଗିତାର ଆୟୋଜନ କରିଥାଏ। ଭାରତୀୟ ଆମେରିକୀୟ ନୀଲମ ଏବଂ ଧର୍ମାତ୍ମା ଶରନ କମିଟିର ମୁଖ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri