ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ ଜନପ୍ରତିନିଧି ଓ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ଜନ୍ମଭୂମି ଭାବେ ଧୂଷୁରୀର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଭଦ୍ରକ-ଆରଡ଼ି ମୁଖ୍ୟ ସଡ଼କ ଉପରେ ଅବସ୍ଥିତ ଏହି ଜନବହୁଳ ଅଞ୍ଚଳ ଦୀର୍ଘଦିନ ଧରି ବ୍ୟବସାୟ, ଶିକ୍ଷା ଓ ଯାତାୟାତର କେନ୍ଦ୍ରବିନ୍ଦୁ ହୋଇ ରହିଆସିଛି।
କିନ୍ତୁ ଦୁଃଖ ଓ ପରିତାପର ବିଷୟ ହେଉଛି, ଧୂଷୁରୀ ବଜାରର ବର୍ତ୍ତମାନ ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ବଜାରର ରାସ୍ତା ସଂପ୍ରସାରଣ ହୋଇ ନ ଥିବା ବେଳେ ଦୋକାନ, ଯାନବାହନ ଓ ଲୋକଙ୍କ ସଂଖ୍ୟା ବହୁଗୁଣ ବୃଦ୍ଧି ପାଇଛି। କେତେକ ବ୍ୟବସାୟୀ ରାସ୍ତା ଉପରକୁ ଦୋକାନ ବଢ଼ାଇ ଦେଇଥିବାରୁ ଯାତାୟାତ ପାଇଁ ସ୍ଥାନ ଆହୁରି ସଂକୁଚିତ ହୋଇପଡ଼ିଛି। ଫଳରେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ଟ୍ରାଫିକ୍‌ ସମସ୍ୟା ଲାଗି ରହୁଛି।
ବିଶେଷକରି ସ୍କୁଲ, କଲେଜ ଓ ଅଫିସ ସମୟରେ ଜାମ୍‌ ଚରମ ସୀମାରେ ପହଞ୍ଚୁଛି। ଜରୁରୀ ସେବା ଯଥା ଆମ୍ବୁଲାନ୍ସ ଓ ଅଗ୍ନିଶମ ଗାଡ଼ି ଚଳାଚଳ କରିବାରେ ମଧ୍ୟ ସମସ୍ୟା ସୃଷ୍ଟି ହେଉଛି। ପୂର୍ବରୁ ମଧ୍ୟ ଧୂଷୁରୀ ଅଞ୍ଚଳରେ ଜନସାଧାରଣ ବିଭିନ୍ନ ମୌଳିକ ସୁବିଧା ପାଇଁ ଆନ୍ଦୋଳନ କରିଥିବା ନଜିର ରହିଛି।
ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଏକ ସ୍ବର ଜୋର ଧରିଛି। ଧୂଷୁରୀ ବଜାରର ତୁରନ୍ତ ରାସ୍ତା ସଂପ୍ରସାରଣ କରାଯାଉ ଓ ବଜାରକୁ ଏକ ନୂତନ ରୂପ ଦିଆଯାଉ। ଯୋଜନାବଦ୍ଧ ପାର୍କିଂ ବ୍ୟବସ୍ଥା, ଅତିକ୍ରମଣ ଉଚ୍ଛେଦ, ଫୁଟ୍‌ପାଥ ନିର୍ମାଣ ଏବଂ ଟ୍ରାଫିକ ପରିଚାଳନାର ସ୍ଥାୟୀ ବ୍ୟବସ୍ଥା କରାଗଲେ ଏହି ସମସ୍ୟାର ସମାଧାନ ସମ୍ଭବ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଉଛି।
ଧୂଷୁରୀ ଭଳି ଏକ ଐତିହାସିକ ଓ ଜନବହୁଳ ଅଞ୍ଚଳ ଆଜି ବିକାଶର ଅପେକ୍ଷାରେ ରହିଛି। ପ୍ରଶାସନ, ଜନପ୍ରତିନିଧି ଓ ସ୍ଥାନୀୟ ଲୋକଙ୍କ ମିଳିତ ପ୍ରୟାସରେ ଧୂଷୁରୀ ବଜାରକୁ ଏକ ଆଧୁନିକ ଓ ସୁନ୍ଦର ବାଣିଜ୍ୟିକ କେନ୍ଦ୍ରରେ ପରିଣତ କରାଯାଇପାରିବ। ଏବେ ଦେଖିବାକୁ ବାକି ରହିଲା, ଲୋକଙ୍କ ଏହି ଦାବି ଉପରେ ପ୍ରଶାସନ କେବେ ପଦକ୍ଷେପ ନେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Read more

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?