ଦିଆ ମିର୍ଜାଙ୍କୁ କରୋନା ଟିକା ନେବା ପାଇଁ ମନାକଲେ ଡାକ୍ତର: ଜାଣନ୍ତୁ କାହିଁକି

ମୁମ୍ବାଇ: ଭାତରରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଟିକାକରଣକୁ ସରକାର ତ୍ୱରାନ୍ବିତ କରିଛନ୍ତି। ଇତିମଧ୍ୟରେ ଅନେକ ଲୋକ ନିଜର ଟିକାକରଣ କରାଇ ଏହି ଭୟାନକ ଭାଇରସ୍‌ ସହ ଲଢ଼ିବା ପାଇଁ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରାଇଛନ୍ତି। ଏହି ଅଭିଯାନରେ ଅନେକ ବଲିଉଡ୍‌ ସେଲିବ୍ରିଟି ମଧ୍ୟ ସାମିଲ ହୋଇଛନ୍ତି। କେତେଜଣ ଭାକ୍ସିନର ଦ୍ୱିତୀୟ ଡୋଜ୍‌ ନେଇସାରିଥିବା ବେଳେ ଆଉ କେତେକ ଟିକାକରଣ ପାଇଁ ଅପେକ୍ଷାରତ ଅଛନ୍ତି। ଏହି କ୍ରମରେ ବଲିଉଡ୍‌ ଅଭିନେତ୍ରୀ ଦିଆ ମିର୍ଜା ମଧ୍ୟ ଟିକାକରଣ ଅଭିଯାନରେ ସାମିଲ ହେବାକୁ ଇଛା ପ୍ରକାଶ କରିଛନ୍ତି। କିନ୍ତୁ ତାଙ୍କ ଡାକ୍ତର ଟିକା ନେବା ପାଇଁ ମନା କରିଛନ୍ତି ବୋଲି ସେ ଏକ ପୋଷ୍ଟ ଜରିଆରେ ସମସ୍ତଙ୍କୁ ଜଣାଇଛନ୍ତି। କାରଣ ଦିଆ ମିର୍ଜା ଓ ସ୍ବାମୀ ବୈଭବ ରେଖିଙ୍କ ଘରେ ଆଉ ଜଣେ ଅତିଥି ଆସିବାକୁ ଯାଉଛନ୍ତି। ଆଜ୍ଞା ହଁ ଅଭିନେତ୍ରୀ ଏବେ ଗର୍ଭବତୀ ଅଛନ୍ତି। ଏହି ସମୟରେ ସେ କରୋନା ଟିକାକରଣ ନେଇ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ। ହେଲେ ଡାକ୍ତର ତାଙ୍କୁ ଟିକା ନେବା ପାଇଁ ମନା କରିଦେଇଥିଲେ। କାରଣ ଭାରତରେ ଏପର୍ଯ୍ୟନ୍ତ କୌଣସି ଗର୍ଭବତୀ ମହିଳା କିମ୍ବା ସ୍ତନ୍ୟପାନ କରାଉଥିବା ମହିଳାଙ୍କ ଉପରେ ଟିକାର କ୍ଲିନିକାଲ ପରୀକ୍ଷା କରାଯାଇନାହିଁ। ତେଣୁ ଯେ ପର୍ଯ୍ୟନ୍ତ ପରୀକ୍ଷା କରାଯାଇନାହିଁ, ସେପର୍ଯ୍ୟନ୍ତ ଟିକାକରଣ ନ କରାଇବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି ବୋଲି ଦିଆ ଟୁଇଟ କରି ଜଣାଇବା ସହ ସମସ୍ତଙ୍କୁ ସଚେତନ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?