ଦିୟାଙ୍କ ବିବାହ କରାଇଲେ ମହିଳା ପୁରୋହିତ, ଫଟୋ ଭାଇରାଲ ପରେ…

ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ଦିୟା ମିର୍ଜା। ଏହାକୁ ନେଇ ବି-ଟାଉନ୍‌ରେ ଚର୍ଚ୍ଚା ଥମି ନ ଥିବା ବେଳେ ଦିୟାଙ୍କ ଏକ ଟୁଇଟ୍‌ ଗଣମାଧ୍ୟମର ଶିରୋନାମା ପାଲଟିଛି। ତାହା ହେଲା ଦିୟାଙ୍କ ବିବାହ କରାଇଥିବା ପୁରୋହିତ। ସାଧାରଣତଃ ପୁରୁଷ ପୁରୋହିତ ବିବାହ କାର୍ଯ୍ୟ କରିଆସୁଥିବା ବେଳେ ଦିୟାଙ୍କ କ୍ଷେତ୍ରରେ ଓଲଟା ହୋଇଛି। ଜଣେ ମହିଳା ପୁରୋହିତ ସିଲା ଅଟ୍ଟା ତାଙ୍କ ବିବାହ କରାଇଛନ୍ତି। ଏହାର ଏକ ଫଟୋ ଦିୟା ଟୁଇଟ୍‌ କରିବା ପରେ ତାହା ଭାଇରାଲ ହେଉଛି।
ଟୁଇଟରରେ ନିଜ ବିବାହ ସମୟର ଫଟୋ ପୋଷ୍ଟ କରି ଦିୟା ସିଲାଙ୍କୁ ବିବାହ ମନ୍ତ୍ର ପଢ଼ିଥିବାରୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ଜେନେରେସନ ଇକ୍ୱାଲିଟି ହାସଟ୍ୟାଗ୍‌ ବ୍ୟବହାର କରିଛନ୍ତି। ନାରୀମାନଙ୍କ ପାଇଁ ଦିୟାଙ୍କ ଏଭଳି ପ୍ରୟାସ ଦୀର୍ଘ ଦିନରୁ ଚାଲିଆସୁଥିବା ପୁରୁଷକୈନ୍ଦିକ ପ୍ରଥା ଉପରେ ପ୍ରଭାବ ପକାଇବ ବୋଲି ଲୋକେ କହୁଛନ୍ତି।
ତେବେ ପ୍ରଥମ ସ୍ବାମୀଙ୍କଠାରୁ ଅଲଗା ହେବା ପରେ ଦିୟା ଫେବୃୟାରୀ ୧୫ରେ ବ୍ୟବସାୟୀ ବୈଭବ ରେଖିଙ୍କୁ ବିବାହ କରିଛନ୍ତି। ପରିବାର ଏବଂ ନିକଟ ସମ୍ପର୍କୀୟଙ୍କୁ ନେଇ ଏହି ବିବାହ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri