Posted inଖେଳ

ଦିୟା-ସ୍ବସ୍ତିକା ରନର୍ସଅପ୍‌

ନୂଆଦିଲ୍ଲୀ, ୧ା୬ (ପି.ଟି.)- ଟ୍ୟୁନିସିଆର ଟୁନିସ୍‌ଠାରେ ଚାଲିଥିବା ଡବ୍ଲ୍ୟୁଟିଟି ୟୁଥ୍‌ ଷ୍ଟାର କଣ୍ଟେଣ୍ଡର ଟେବୁଲ ଟେନିସ ଟୁର୍ନାମେଣ୍ଟରେ ଭାରତର ଯୁବ ଟେବୁଲ ଟେନିସ ଖେଳାଳି ଦିୟା ଚିତାଲେ ଓ ସ୍ବସ୍ତିକା ଘୋଷ ପ୍ରଭାବୀ ପ୍ରଦର୍ଶନ ସହ ରନର୍ସ ଅପ୍‌ ହୋଇଛନ୍ତି। ୧୯ ବର୍ଷରୁ କମ୍‌ ବାଳିକା ବିଭାଗରେ ଏହି ଯୋଡ଼ି ରୁଷିଆର ନାତାଲିଆ ମାଲିନିନା ଓ ଏଲିଜାବେଥ୍‌ ଆବ୍ରାମିଆନଙ୍କଠାରୁ ୩-୧୧, ୬-୧୧, ୭-୧୧ରେ ପରାଜିତ ହୋଇଛନ୍ତି। ଭାରତୀୟ ଯୋଡ଼ି ପୂର୍ବରୁ ସେମିଫାଇନାଲରେ ଚେକ୍‌ ରିପବ୍ଲିକର ଲିଣ୍ଡା ଜାଡେରୋଭା ଓ କ୍ରୋଏସିଆର ହାନା ଆରାପୋଭିକ୍‌ଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଥିଲେ। ଦିୟା ଓ ସ୍ବସ୍ତିକା ୧୯ ବର୍ଷରୁ କମ୍‌ ସିଙ୍ଗଲ୍ସରେ ମଧ୍ୟ ଭଲ ପ୍ରଦର୍ଶନ କରିଥିଲେ। ଉଭୟ ସେମିଫାଇନାଲରେ ସମାନ ୨-୩ରେ ପରାଜିତ ହୋଇ ସେମାନଙ୍କ ଅଭିଯାନ ଶେଷ କରିଥିଲେ। ଦିୟା ରୁଷିଆର ଭ୍ଲାଦା ଭୋରୋନିନାଙ୍କୁ କଡ଼ା ଟକ୍କର ଦେଇଥିଲେ ଏବଂ ୮-୧୧, ୧୧-୭, ୧୧-୬, ୮-୧୧, ୭-୧୧ରେ ପରାଜିତ ହୋଇଥିଲେ। ବର୍ତ୍ତମାନର ଜାତୀୟ ଜୁନିୟର ଚାମ୍ପିୟନ ସ୍ବସ୍ତିକା ତୁର୍କୀର ଇସି ହାରାକ୍‌ଙ୍କଠାରୁ ୧୧-୮, ୪-୧୧, ୧୧-୯, ୩-୧୧, ୬-୧୧ରେ ହାରିଯାଇଥିଲେ। କୋଭିଡ୍‌ର ଆବିର୍ଭାବ ପରେ ଭାରତୀୟ ଟେବୁଲ ଟେନିସ ଖେଳାଳିଙ୍କ ଅକ୍ସନ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ୟୁଥ୍‌ ଇଭେଣ୍ଟରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ପୂର୍ବତନ ଅଧିନାୟକ ଲରେନ୍ସଙ୍କ ବଡ଼ ଦାବି, ଏହି ଦଳ ଜିତିବ ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୧୫ା୭: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ କ୍ଲାଇମାକ୍ସ ଲରେନ୍ସଙ୍କ ମତରେ ଫ୍ରାନ୍ସ ବିପକ୍ଷ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ସ୍ପେନ୍‌ ଚଳିତ ଫିଫା ବିଶ୍ୱକପ୍‌ ଜିତିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri