ଡାଇବେଟିସ୍‌ ଓ ଦୃଷ୍ଟିଶକ୍ତି

ଡାଇବେଟିସ ବା ମଧୁମେହକୁ ନୀରବ ଘାତକ ଭାବରେ ବିବେଚନା କରାଯାଏ। କାରଣ ଏହାଦ୍ୱାରା ଶରୀରର ଅଧିକାଂଶ ଅଙ୍ଗ ଆକ୍ରାନ୍ତ ହୋଇଥାଏ, ଯାହାଫଳରେ ପରବର୍ତ୍ତୀ ସମୟରେ ରୋଗୀ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହୁଏ। ବିଶେଷଭାବରେ ଡାଇବେଟିସ୍‌ ଅସନ୍ତୁଳିତ ରହିଲେ ତାହାର ପ୍ରଭାବ ମୁଖ୍ୟତଃ ହୃତ୍‌ପିଣ୍ଡ (ହାର୍ଟ), କିଡ୍‌ନୀ ଏବଂ ଚକ୍ଷୁ ଉପରେ ପଡିଥାଏ। ଏହାଦ୍ୱାରା ଚକ୍ଷୁ ଆକ୍ରାନ୍ତ ହେଲେ ରେଟିନାରେ ଥିବା ଶିରା ପ୍ରଶିରା ପ୍ରଭାବିତ ହୁଏ। ଡାଇବେଟିସ ଅଧିକ ବଢ଼ିଗଲେ ଶିରା ଫାଟି ସେଥିରୁ ରକ୍ତ କ୍ଷରଣ ହୁଏ। ଫଳରେ ଏହାର ପ୍ରଭାବ ଦୃଷ୍ଟିଶକ୍ତି ଉପରେ ପଡିଥାଏ। ଡାଇବେଟିସ୍‌ ଦ୍ୱାରା ଆଖି ଆକ୍ରାନ୍ତ ହେଲେ ତାହା ହଠାତ୍‌ ଜଣାପଡି ନ ଥାଏ। ଦୃଷ୍ଟିଶକ୍ତି ଜନିତ ସମସ୍ୟା ଅଧିକ ବଢ଼ିଗଲେ ପରୀକ୍ଷା ସମୟରେ ଆଖି ଭିତରେ ସୃଷ୍ଟି ହୋଇଥିବା ଗୁରୁତର ସମସ୍ୟା ବିଷୟରେ ଡାକ୍ତର ଜାଣିପାରନ୍ତି। ସେହି ସମୟରେ ଚକ୍ଷୁ ସମସ୍ୟାର ଅବସ୍ଥାକୁ ଅନୁଧ୍ୟାନ କରି ଚକ୍ଷୁ ବିଶେଷଜ୍ଞ ସଂପୃକ୍ତ ବ୍ୟକ୍ତିଙ୍କର ଚିକିତ୍ସା କରିଥାଆନ୍ତି। ବେଳେବେଳେ ଅବହେଳା କାରଣରୁ ରୋଗୀକୁ ଦୃଷ୍ଟିଶକ୍ତି ହରାଇବା ପରି ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ। ତେଣୁ ଯଦି ଆପଣ ଡାଇବେଟିସ୍‌ ଦ୍ୱାରା ଆକ୍ରାନ୍ତ, ତେବେ ନିୟମିତ ସମୟ ଅନ୍ତରାଳରେ ଚକ୍ଷୁ ସହ ସ୍ବାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri