ନିରାମୟ କେନ୍ଦ୍ରରେ ମିଳୁନି ଡାଇବେଟିସ୍‌ ଔଷଧ

କଟକ,୧୬ା୧୧(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲର ନିରାମୟ କେନ୍ଦ୍ରରେ ପ୍ରାୟ ୨ ମାସ ହେବ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଔଷଧ ମିଳୁ ନ ଥିବା ଅଭିଯୋଗ ହୋଇଛି। ଏସ୍‌ସିବି ମେଡିକାଲ ପରିସରରେ ଦୁଇଟି ନିରାମୟ କେନ୍ଦ୍ର ରହିଛି। ହେଲେ ସେଠାରେ ଡାଇବେଟିସ୍‌ ଔଷଧ ଉପଲବ୍ଧ ନାହିଁ। ମଙ୍ଗଳବାର ବିଶ୍ୱ ମଧୁମେହ ଦିବସରେ ଏସ୍‌ସିବି ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା କରାଯାଇ ଲୋକଙ୍କୁ ଠିକ୍‌ ସମୟରେ ଖାଦ୍ୟ ଏବଂ ଔଷଧ ଖାଇବା ନେଇ ସଚେତନତା ବାର୍ତ୍ତା ଦିଆଯାଇଥିବାବେଳେ ବୁଧବାର ୨୦୦ରୁ ଅଧିକ ରୋଗୀ ଔଷଧ ନ ପାଇ ନିରାମୟ କେନ୍ଦ୍ରରୁ ଫେରିଛନ୍ତି। ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ମେଡିକାଲରେ ପରିଣତ କରିବା ପାଇଁ ସରକାରଙ୍କ ପକ୍ଷରୁ ପ୍ରୟାସ ଜାରି ରହିଥିବାବେଳେ ନିରାମୟ କେନ୍ଦ୍ରରେ ଏଭଳି ଅବ୍ୟବସ୍ଥାକୁ ନେଇ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନୁଗୋଳ ଅଞ୍ଚଳରୁ ଆସିଥିବା ଜଣେ ବ୍ୟକ୍ତି ପରିଚୟ ଗୋପନ ରଖି କହିଛନ୍ତି, ଏସ୍‌ସିବି ମେଡିକାଲକୁ ଚିକିତ୍ସା ପାଇଁ ଆସିଥିଲି। ଡାକ୍ତରଙ୍କ ପରାମର୍ଶକ୍ରମେ ଔଷଧ ପାଇଁ ନିରାମୟ କେନ୍ଦ୍ରକୁ ଯାଇଥିଲି। ହେଲେ ସେଠାରେ ଡାଇବେଟିସ ଔଷଧ ନ ମିଳିବାରୁ ନିରାଶ ହୋଇ ଫେରିବାକୁ ପଡିଛି। ଏ ସମ୍ପର୍କରେ ନିରାମୟ କେନ୍ଦ୍ରର ଉପଦେଷ୍ଟା ରଞ୍ଜନ ବିଶ୍ୱାଳ କହିଛନ୍ତି, ପ୍ରତିଦିନ ୧୦୦୦ରୁ ଅଧିକ ଔଷଧ ଷ୍ଟକ୍‌ ରଖାଯାଇଥାଏ। ହେଲେ ବୁଧବାର ଔଷଧ ନ ମିଳିବା ଘଟଣା ବିଷୟରେ ମୁଁ ଜାଣିନାହିଁ। ଗଣମାଧ୍ୟମରୁ ଏହି ଖବର ପାଇଲି। ତୁରନ୍ତ ଏନେଇ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ ଆଲୋଚନା କରି ଔଷଧ ମଗାଇବୁ। ରୋଗୀ ଯେପରି ଠିକ୍‌ ଭାବେ ଔଷଧ ପାଇପାରିବେ ସେ ନେଇ ଗୁରୁତ୍ୱ ଦେବୁ ବୋଲି ସେ କହିଛନ୍ତି। ଅପରପକ୍ଷରେ ଏସ୍‌ସିବି ମେଡିକାଲ ପ୍ରଶାସନିକ ଅଧିକାରୀ ଅବିନାଶ ରାଉତ କହିଛନ୍ତି, ଏପରି କୌଣସି ଅଭିଯୋଗ ଆସିନାହିଁ। ନିରାମୟ କେନ୍ଦ୍ରରେ ଔଷଧ ଉପଲବ୍ଧ ନ ଥିଲେ ତୁରନ୍ତ ଆଣିବା ପାଇଁ ବ୍ୟବସ୍ଥା କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri