ଡାୟାଲିସିସ୍‌ ସେବାର ଉଦ୍‌ଘାଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଛତ୍ରପୁର,୫ା୧(ଦିଲୀପ ସାମଲ): ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ୪ଟି ଶଯ୍ୟା ବିଶିଷ୍ଟ ନିଃଶୁଳ୍କ ଡାୟାଲିସିସ ସେବାର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହାକୁ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗୀୟ ମନ୍ତ୍ରୀ ଡା.ମୁକେଶ ମହାଲିଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ।

ଏହି ଚିକିତ୍ସାଳୟ ଉପରେ ଛତ୍ରପୁର ନିର୍ବାଚନମଣ୍ଡଳୀ ସମେତ ଖଲ୍ଲିକୋଟ ବ୍ଲକ ଓ ପଡ଼ୋଶୀ ଜିଲା ପୁରୀର କୃଷ୍ଣପ୍ରସାଦ ବ୍ଲକର ଜନସାଧାରଣମାନେ ନିର୍ଭର କରିଥାନ୍ତି। ଏହି ସେବା ଜରିଆରେ ଲୋକମାନେ ଆଉ ଦୂର ସ୍ଥାନକୁ ଯିବାକୁ ପଡ଼ିବ ନାହିଁ ବୋଲି ମନ୍ତ୍ରୀ କହିଥିଲେ।

ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବାର ଉନ୍ନତି ହେଉଛି ମୋହନ ସରକାରଙ୍କ ପ୍ରାଥମିକତା, ରାଜ୍ୟରେ ଡାକ୍ତର ସମେତ ନର୍ସର ଅଭାବ ରହିଛି ତାହା ଆଗାମୀ ଦିନରେ ପୂରଣ ହେବ ବୋଲି କହିଥିଲେ। ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶା ସରକାର ଏବଂ ଏସ୍କାଗ ସଞ୍ଜୀବନୀର ମିଳିତ ପ୍ରୟାସରେ ଏହି ସେବା ମେଡିକାଲରେ ମିଳିବ। ସପ୍ତାହକୁ ରବିବାର ବ୍ୟତିତ ୬ ଦିନ ଏହି ସେବା ଯୋଗାଇ ଦିଆଯିବ।

ଓଡ଼ିଶାର ୩୨ଟି ସରକାରୀ ମେଡିକାଲରେ ଏହି ସେବା ଯୋଗାଇ ଦିଆଯାଉଛି ବୋଲି ଏସ୍କାଗ ସଞ୍ଜୀବନୀ ପକ୍ଷରୁ ସୂଚନା ମିଳିଛି । ଜଣେ ଡାକ୍ତର, ଦୁଇ ଟେକ୍ନିସିଆନ, ଜଣେ ଆଟେଣ୍ଡାଣ୍ଟ ଓ ଜଣେ ଗ୍ରୁପ ଡି କର୍ମଚାରୀ ନିୟୋଜିତ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ବିଜୟ କୁମାର ପଣ୍ଡା, ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଉପାଧ୍ୟକ୍ଷ ଜି.ପାପା ରାଓ, ଛତ୍ରପୁର ବ୍ଲକ ଉପାଧ୍ୟକ୍ଷା ଏସ.ସାରଦା ରେଡ୍ଡୀ, ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ପ୍ରଫୁଲ ଚନ୍ଦ୍ର ଗୌଡ଼, ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡା. ସ୍ବାଧୀନ ରଥ, ଡିପିଏମ୍‌ ଶ୍ୟାମସୁନ୍ଦର ତ୍ରିପାଠୀଙ୍କ ସମେତ ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

ଗାଡ଼ିମୋଟର ଯାଞ୍ଚ: କଟିଲା ୩୨ ଚାଲାଣ, ୨ ଲକ୍ଷ ୬୦ ହଜାର ଟଙ୍କା ଜରିମାନା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଆଞ୍ଚଳିକ ପରିବହନ ବିଭାଗ ଓ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ମିଳିତ ଭାବେ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ...

ବିଭିନ୍ନ ଦାବି ନେଇ ଗର୍ଜିଲା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୨।୧(ସନ୍ତୋଷ ପାଢ଼ୀ): ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ଗୁଡିକର ସମାଧାନ ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ...

ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ପୋଲିସ

ବରଗଡ଼,୨୨ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।...

ଦୁଇ ହାତୀଦାନ୍ତ ଜବତ, ୪ ଅଭିଯୁକ୍ତ ଅଟକ

ବାରିପଦା,୨୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଙ୍ଗଲରେ ହାତୀମାନେ ଅସୁରକ୍ଷିତ ହୋଇପଡ଼ିଲେଣି। ଶିକାରୀମାନେ ଜଙ୍ଗଲ ଭିତରେ ପଶି ହାତୀଙ୍କୁ ମାରି ସେମାନଙ୍କ ଦାନ୍ତ ଚୋରାଚାଲାଣ କରୁଛନ୍ତି। ବୁଧବାର ଧରାପଡ଼ିଛନ୍ତି...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ...

ଡିଜିଟାଲ ସ୍କିଲିଂ ଉପରେ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ୪୫୦ ଛାତ୍ରୀଛାତ୍ର

ଅନୁଗୋଳ,୨୨।୧(ମାନସ ବିଶ୍ୱାଳ): ଅନୁଗୋଳର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଡିଜିଟାଲ ସ୍କିଲିଂ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୪୫୦ରୁ ଅଧିକ ୟୁଜି ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri