ଡାୟାଲିସିସ୍‌ ସେବାର ଉଦ୍‌ଘାଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଛତ୍ରପୁର,୫ା୧(ଦିଲୀପ ସାମଲ): ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ୪ଟି ଶଯ୍ୟା ବିଶିଷ୍ଟ ନିଃଶୁଳ୍କ ଡାୟାଲିସିସ ସେବାର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହାକୁ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗୀୟ ମନ୍ତ୍ରୀ ଡା.ମୁକେଶ ମହାଲିଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ।

ଏହି ଚିକିତ୍ସାଳୟ ଉପରେ ଛତ୍ରପୁର ନିର୍ବାଚନମଣ୍ଡଳୀ ସମେତ ଖଲ୍ଲିକୋଟ ବ୍ଲକ ଓ ପଡ଼ୋଶୀ ଜିଲା ପୁରୀର କୃଷ୍ଣପ୍ରସାଦ ବ୍ଲକର ଜନସାଧାରଣମାନେ ନିର୍ଭର କରିଥାନ୍ତି। ଏହି ସେବା ଜରିଆରେ ଲୋକମାନେ ଆଉ ଦୂର ସ୍ଥାନକୁ ଯିବାକୁ ପଡ଼ିବ ନାହିଁ ବୋଲି ମନ୍ତ୍ରୀ କହିଥିଲେ।

ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବାର ଉନ୍ନତି ହେଉଛି ମୋହନ ସରକାରଙ୍କ ପ୍ରାଥମିକତା, ରାଜ୍ୟରେ ଡାକ୍ତର ସମେତ ନର୍ସର ଅଭାବ ରହିଛି ତାହା ଆଗାମୀ ଦିନରେ ପୂରଣ ହେବ ବୋଲି କହିଥିଲେ। ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶା ସରକାର ଏବଂ ଏସ୍କାଗ ସଞ୍ଜୀବନୀର ମିଳିତ ପ୍ରୟାସରେ ଏହି ସେବା ମେଡିକାଲରେ ମିଳିବ। ସପ୍ତାହକୁ ରବିବାର ବ୍ୟତିତ ୬ ଦିନ ଏହି ସେବା ଯୋଗାଇ ଦିଆଯିବ।

ଓଡ଼ିଶାର ୩୨ଟି ସରକାରୀ ମେଡିକାଲରେ ଏହି ସେବା ଯୋଗାଇ ଦିଆଯାଉଛି ବୋଲି ଏସ୍କାଗ ସଞ୍ଜୀବନୀ ପକ୍ଷରୁ ସୂଚନା ମିଳିଛି । ଜଣେ ଡାକ୍ତର, ଦୁଇ ଟେକ୍ନିସିଆନ, ଜଣେ ଆଟେଣ୍ଡାଣ୍ଟ ଓ ଜଣେ ଗ୍ରୁପ ଡି କର୍ମଚାରୀ ନିୟୋଜିତ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ବିଜୟ କୁମାର ପଣ୍ଡା, ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଉପାଧ୍ୟକ୍ଷ ଜି.ପାପା ରାଓ, ଛତ୍ରପୁର ବ୍ଲକ ଉପାଧ୍ୟକ୍ଷା ଏସ.ସାରଦା ରେଡ୍ଡୀ, ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଅଧୀକ୍ଷକ ଡାକ୍ତର ପ୍ରଫୁଲ ଚନ୍ଦ୍ର ଗୌଡ଼, ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡା. ସ୍ବାଧୀନ ରଥ, ଡିପିଏମ୍‌ ଶ୍ୟାମସୁନ୍ଦର ତ୍ରିପାଠୀଙ୍କ ସମେତ ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri