ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ ଓ ସନ୍ତରାଗଡ଼ିଆ ଅଞ୍ଚଳବାସୀ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଆଜ୍ଞାମାଳ ଆଣି ଏକ ବିଶାଳ ବାଇକ ଶୋଭାଯାତ୍ରାରେ ନୀଳଗିରି ବସ୍‌ଷ୍ଟାଣ୍ଡରୁ ଈଶ୍ୱରପୁର ବଉଳଗଡ଼ିଆ ପରିକ୍ରମା କରି ସନ୍ତରାଗଡ଼ିଆ ନୋଡ଼ାଲ ହାଇସ୍କୁଲରେ ପହଞ୍ଚି ଥିଲେ।

ପୂର୍ବତନ ଜିଲା ଉପସ୍ବାସ୍ଥ୍ୟ ଅଧିକାରୀ ମୃତ୍ୟୁଞ୍ଜୟ ମିଶ୍ର ହୀରକ ଜୟନ୍ତୀକୁ ଉଦ୍‌ଘାଟନ କରିବା ପରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏଥିରେ ୯୭ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ୭ରୁ ଊର୍ଦ୍ଧ୍ୱ ଡାକ୍ତରଙ୍କ ସହାୟତାରେ ଏକ ସ୍ବାସ୍ଥ୍ୟ ଶିବିରରେ ସହସ୍ରାଧିକ ଅଞ୍ଚଳବାସୀ ମାଗଣା ଔଷଧ ସହିତ ସ୍ବାସ୍ଥ୍ୟସେବା ପାଇଥିଲେ। ସନ୍ଧ୍ୟାରେ ଆଇନଜୀବୀ ଅମରେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ତ୍ରିଦିବସୀୟ ହୀରକ ଜୟନ୍ତୀ ସମାରୋହର ପ୍ରଥମ ସନ୍ଧ୍ୟାରେ ସମ୍ପାଦକ ଡ. ଅକ୍ଷୟ କୁମାର ପାଣିଗ୍ରାହୀ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ମୁଖ୍ୟଅତିଥି ଭାବେ ସ୍କୁଲ ଅବସରପ୍ରାପ୍ତ ଶିକ୍ଷକ ରାଧାକୃଷ୍ଣ ଦାସ, ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତି୍ୟକ ଶରତ ଚନ୍ଦ୍ର ମହାପାତ୍ର, ସମ୍ମାନିତ ଅତିଥି ଭାବେ ଚନ୍ଦ୍ରବିନ୍ଦୁ ଦାସ, ସମ୍ମାନିତ ବକ୍ତା ଭାବେ ଏଫ୍‌ଏମ୍‌ ୟୁନିଭରସିଟି ପିଜି କାଉନସିଲ ଅଧ୍ୟକ୍ଷ ଭାସ୍କର ଚନ୍ଦ୍ର ବେହେରା ବକ୍ତବ୍ୟ ପ୍ରଦାନ କରିଥିଲେ।

ଅତିଥି ଭାବେ ଅଭୟ କୁମାର ମିଶ୍ର, ସମ୍ମାନିତ ବକ୍ତା ଭାବେ ଭାସ୍କର ଚନ୍ଦ୍ର ବେହେରା ଉପସ୍ଥିତ ରହି ଉଦ୍‌ବୋଧନ ଦେଇଥିଲେ। ସମ୍ବର୍ଦ୍ଧିତ ବ୍ୟକ୍ତିତ୍ୱମାନେ ହେଲେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଧାକୃଷ୍ଣ ଦାସ, ପ୍ରାଣବନ୍ଧୁ ଜେନା, ରବିନାରାୟଣ ପାଣିଗ୍ରାହୀ, ଉମାକାନ୍ତ ମଲିକ, ମନୋରଞ୍ଜନ ରାଉତ, ନରହରି ବିଶ୍ୱାଳ, ନରେନ୍ଦ୍ର କୁମାର ପଣ୍ଡା, ରାମଚନ୍ଦ୍ର ମହାପାତ୍ର, ସ୍କୁଲ କର୍ମଚାରୀ ଭାସ୍କର ଚନ୍ଦ୍ର ସ୍ବାଇଁ, ମହେନ୍ଦ୍ର ମଲିକ ଏବଂ ପ୍ରତିଷ୍ଠାତା ସଦସ୍ୟ ମହେଶ୍ୱର ସେନାପତି। ସଭା ପରେ ଯାତ୍ରା କଳାକାର ପୀୟୁଷ ଏବଂ କଣ୍ଠଶିଳ୍ପୀ ବର୍ଣ୍ଣାଳୀ ହୋତାଙ୍କ ସଂଗୀତ ମୂର୍ଚ୍ଛନାରେ ଅଞ୍ଚଳବାସୀ ମସ୍‌ଗୁଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?