Posted inଖେଳ

୨୬ରେ ଡାଇମଣ୍ଡ ଲିଗ୍‌: ଭାଗନେବେ ଅବିନାଶ ସାବ୍‌ଲେ

ନୂଆଦିଲ୍ଲୀ୧୮ା୪: ଜାତୀୟ ରେକର୍ଡଧାରୀ ୩୦୦୦ ମିଟର ଷ୍ଟିପଲଚେଜର ଅବିନାଶ ସାବ୍‌ଲେ ଏପ୍ରିଲ ୨୬ରେ ଚାଇନାର ଜିଆମେନ୍‌ଠାରେ ହେବାକୁଥିବା ସିଜନ ଓପନିଂ ଡାଇମଣ୍ଡ ଲିଗ୍‌ ମିଟିଂରେ ଅଂଶଗ୍ରହଣ କରିବେ। ଏଥିରେ ବିଶ୍ୱର ଆଗଧାଡ଼ି ଆଥ୍‌ଲେଟମାନେ ଭାଗ ନେବେ। ସେମାନଙ୍କ ମଧ୍ୟରେ ଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନ ମରକ୍କୋର ସୋଫିଆନେ ଏଲ୍‌ ବାକାଲି ରହିଛନ୍ତି। ପ୍ୟାରିସ ଅଲିମ୍ପିକ୍ସ ଓ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜେତା କେନିଆର ଆବ୍ରାହମ କିବିଓତ୍‌ ମଧ୍ୟ ଏଥିରେ ଭାଗନେବେ। ଏହି ଷ୍ଟିପଲଚେଜର ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାବ୍‌ଲେଙ୍କୁ ହରାଇ ସ୍ବର୍ଣ୍ଣ ଜିତିଥିଲେ।

ଗତବର୍ଷ ସେପ୍ଟେମ୍ବରରେ ଡାଇମଣ୍ଡ ଲିଗ୍‌ ଫାଇନାଲ ପରେ ସାବ୍‌ଲେ ପ୍ରଥମ ଥର ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଯାଉଛନ୍ତି। ଗତଥର ସେ ୮ ମିନିଟ ଓ ୧୭.୦୯ ସେକେଣ୍ଡ ଟାଇମିଂରେ ୯ମ ସ୍ଥାନରେ ରହିଥିଲେ। ୮:୦୯.୯୧ ଟାଇମିଂ ସହ ଜାତୀୟ ରେକର୍ଡ କରିଥିବା ୩୦ ବର୍ଷୀୟ ସାବ୍‌ଲେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ୮:୧୪.୧୮ ଟାଇମିଂ ସହ ୧୧ଶ ସ୍ଥାନରେ ରହିଥିଲେ। ପ୍ୟାରିସ୍‌ ଅଲିମ୍ପିକ୍ସ ଟାଇମିଂକୁ ଭିତ୍ତିକରି ସାବ୍‌ଲେ ସେପ୍ଟେମ୍ବରରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିସାରିଛନ୍ତି।

ସେ ଏପ୍ରିଲ ୨୧ରୁ ୨୪ ପର୍ଯ୍ୟନ୍ତ କୋଚିରେ ହେବାକୁଥିବା ଫେଡେରେଶନ କପ୍‌ ନ୍ୟାଶନାଲ ଚାମ୍ପିୟନଶିପ୍‌ରେ ଭାଗ ନେଇପାରିବେ ନାହିଁ, ଯାହାକି ଆସନ୍ତା ମାସରେ କୋରିଆରେ ହେବାକୁଥିବା ଏସିଆନ ଚାମ୍ପିୟନଶିପ୍‌ ପାଇଁ ଫାଇନାଲ ସିଲେକ୍ସନ ଇଭେଣ୍ଟ। ସୂଚନାଯୋଗ୍ୟ, ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଏସିଆନ ଚାମ୍ପିୟନଶିପ୍‌ରେ ଭାଗ ନେବାଲାଗି ମନୋନୀତ ହେବାକୁ ଚାହୁଁଥିବା ଆଥ୍‌ଲେଟମାନଙ୍କ ଲାଗି ଫେଡେରେଶନ କପ୍‌ରେ ଅଂଶଗ୍ରହଣ ବାଧ୍ୟତାମୂଳକ କରିଛି। ତେବେ ଯେଉଁମାନେ ଅନୁମତି ନେଇ ବିଦେଶରେ ଟ୍ରେନିଂ ନେଉଥିବେ କିମ୍ବା କୌଣସି ପ୍ରତିଯୋଗିତାରେ ଭାଗ ନେଉଥିବେ ସେମାନଙ୍କ ଲାଗି ଏହି ନିୟମ କୋହଳ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri