ଯାଜପୁରରେ ଡାଇରିଆ: ୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଯାଜପୁର,୨୦ା୬(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଗତ ୧୦ ତାରିଖ ଠାରୁ ଆରମ୍ଭ ହୋଇଥିବା ଡାଇରିଆରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବଡ଼ଚଣା ବ୍ଲକ ସୋଲର ଗ୍ରାମର ଯଦୁନାଥ ଲେଙ୍କା(୭୩)। ଏହାକୁ ମିଶାଇ ଜିଲାରେ ମୃତ୍ୟୁ ସଂଖ୍ୟା ୨୧ରେ ପହଞ୍ଚିଛି। ଯଦୁନାଥ ଡାଇରିଆରେ ଆକ୍ରାନ୍ତ ହୋଇଥିଲେ। ହେଲେ ସେ ଡାକ୍ତରଖାନାକୁ ନ ଯାଇ ସ୍ଥାନୀୟ ଏକ ଦୋକାନରୁ ଔଷଧ କିଣି ଖାଇଥିଲେ। ଗୁରୁବାର ପୁଣି ତାଙ୍କୁ ଝାଡ଼ା ହେବା ସହ ଜ୍ୱର ହୋଇଥିଲା। ଫଳରେ ତାଙ୍କର ରାତି ପ୍ରାୟ ୮ଟା ସମୟରେ ମୃତ୍ୟୁ ଘଟିଛି ା

ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ ଜିଲାରେ ୧୩୬ ଜଣ ନୂତନ ରୋଗୀ ଆଡମିଟ୍‌ ହୋଇଥିବା ବେଳେ ୧୫ଜଣଙ୍କୁ ରେଫର କରାଯାଇଛି। ୧୧୦ ଜଣଙ୍କୁ ସୁସ୍ଥ ପରେ ଡିସ୍‌ଚାର୍ଜ କରାଯାଇଛି ଓ ୧୫୪ ରୋଗୀ ବିଭିନ୍ନ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ତେବେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି)ରେ ଆକ୍ରାନ୍ତଙ୍କ ସଂଖ୍ୟା ନିୟନ୍ତ୍ରଣକୁ ଆସି ପାରିନାହିଁ। ଏହି ସିଏଚ୍‌ସିରେ ଗୁରୁବାର ୬୨ଜଣ ପୁଣି ନୂଆ ରୋଗୀ ଭର୍ତ୍ତି ହୋଇଛନ୍ତି। ପୂର୍ବରୁ ୪୦ଜଣ ରୋଗୀ ଚିକିତ୍ସାଧୀନ ଥିବାବେଳେ ୪ ଜଣଙ୍କୁ ଅନ୍ୟତ୍ର ରେଫର କରାଯାଇଛି। ୧୩ଜଣ ରୋଗୀ ଡିସ୍‌ଚାର୍ଜ ହୋଇଥିବା ବେଳେ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ୪୫ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି। ତେଣୁ ଜିଲାର ଧର୍ମଶାଳା ଅଞ୍ଚଳରେ ଡାଇରିଆ ଓ ହଇଜା ସଂକ୍ରମଣ ନିୟନ୍ତ୍ରଣ ହୋଇ ନ ପାରିବା ଚିନ୍ତାର କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri