କଳାହାଣ୍ଡିରେ ଝାଡ଼ାବାନ୍ତି: ଗାଁରେ ଡେରା ପକାଇଲା ମେଡ଼ିକାଲ ଟିମ୍‌

କୋକସରା,୨୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଡଙ୍ଗରିପଡା ଗ୍ରାମରେ ଗତ କିଛିଦିନ ହେବ ଝାଡ଼ାବାନ୍ତି ବ୍ୟାପୁଥିବା ଦେଖିବାକୁ ମିଳିଛି। ଗ୍ରାମର ୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବାରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଏନେଇ ଖବର ମିଳିବା ପରେ ଜିଲା ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଶନିବାର ଏକ ମେଡ଼ିକାଲ ଟିମ୍‌ ଏପିଡେମୋଲୋଜିଷ୍ଟ ବିଶେଷଜ୍ଞ ଡ଼.ନିହାର ଠାକୁରଙ୍କ ନେତୃତ୍ୱରେ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. ତତ୍ୱଦର୍ଶୀ ଦାସ, ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶର୍ମିଳା ଛତ୍ରିଆ, ବିପିଏମ ସୁରଜିତ ସିଂ କୁମାର, ସ୍ବାସ୍ଥ୍ୟ କର୍ମଚାରୀ ନୀଳମଣି ଖମାରି, କୃଷ୍ଣା ସିଂ ରାଜପୁତ, ସିଏଚ ଓ ଅନିତା ରାଉତ, ସ୍ବାସ୍ଥ୍ୟ କର୍ମୀ ସୁକାନ୍ତି ଦେବୀ, ଆଶା କର୍ମୀ ମୁକ୍ତାରାଣୀ ସୁନାନୀ, ଅଙ୍ଗନୱାଡି କର୍ମୀ ଶକୁନ୍ତଳା ନାଏକ, ଫାର୍ମାସିଷ୍ଟ ଶୁଭେନ୍ଦୁ ପଣ୍ଡା ଡଙ୍ଗରିପଡା ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା କରୁଥିବା ଜଣାପଡିଛି।

ତେବେ ପ୍ରାଥମିକ ସୂଚନାରୁ ଗ୍ରାମ ନିକଟସ୍ଥ ମୁଡ୍ରା ନଦୀର ଦୂଷିତ ପାଣି ପିଇବା କାରଣରୁ ଝାଡ଼ାବାନ୍ତି ବ୍ୟାପିଥିବା ନେଇ ଚିକିତ୍ସାକାରୀ ଟିମ୍‌ ସୂତ୍ରରୁ ସୂଚନା ମିଳିଛି। ବାରବଖରା ଗ୍ରାମର ଆକ୍ରାନ୍ତ କନ୍ଦା ଧରୁଆ (୭୫)ଙ୍କ ଶନିବାର କୋକସରା ଡାକ୍ତରଖାନାକୁ ଆଣିବା ସମୟରେ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଥିଲେ। ଅନ୍ୟ ଆକ୍ରାନ୍ତ ରୋଗୀ ତିଳୋତ୍ତମା ଧରୁଆ, ମମତା ଧରୁଆ, ରାଏମନି ଧରୁଆ, କୁମନାଥ ଧରୁଆ, ଚିତ୍ରଙ୍ଗ ଧରୁଆ ପର୍ଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଡାକ୍ତରଖାନାରେ ଜଣେ ରୋଗୀ ଚିକିତ୍ସାଧୀନ ହେଉଥିବା ଜଣାପଡିଛି।

ରବିବାର ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ , ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ଜିଲା ଅତିରିକ୍ତ ଚିଫ ଇଞ୍ଜିନିୟର ଅଜୟ କୁମାର ମିଶ୍ର, ସହକାରୀ ଯନ୍ତ୍ରୀ ଯଶୋବନ୍ତି ଭୋଇ, କନିଷ୍ଠ ଯନ୍ତ୍ରୀ ଫନୀନ୍ଦ୍ର ଆର୍କା ପହଞ୍ଚି ପାନୀୟ ଜଳର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଥିଲେ। ଗାଁରେ ଥିବା ନଳକୂପକୁ ବିଶୋଧନ କରାଯାଇଛି ଓ ଟ୍ୟାଙ୍କରରେ ପାନୀୟ ଜଳ ଯୋଗାଣ କରାଯାଉଛି। ସୋମବାର ସୁଦ୍ଧା ପାଇପ ଲାଇନ ଯୋଗେ ଗାଁକୁ ପାନୀୟ ଜଳ ଯୋଗାଣ ହେବ ବୋଲି ସହକାରୀ ଯନ୍ତ୍ରୀ ଯଶୋବନ୍ତି ଭୋଇ ସୂଚନା ଦେଇଛନ୍ତି। ବାରବଖରା ଗାଁରେ ମେଡ଼ିକାଲ ଟିମ ଡେରା ପକାଇ ସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି। ତେବେ ବର୍ତ୍ତମାନ ନୂତନ ଆକ୍ରାନ୍ତ ରୋଗୀ ନାହାନ୍ତି ଓ ସ୍ଥିତିରେ ସୁଧାର ଆସିଛି ବୋଲି ଡ଼ାକ୍ତରୀ ଦଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri