କଳାହାଣ୍ଡିରେ ବ୍ୟାପୁଛି ଝାଡ଼ାବାନ୍ତି, ଗାଁରେ ପହଞ୍ଚିଲେ ଡାକ୍ତରୀ ଦଳ

କୋକସରା,୧୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ଦୁର୍ଗମ ଟର୍ଲିଆମ ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଖବର ପାଇ କୋକସରା ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼. ତତ୍ୱଦର୍ଶୀ ଦାସଙ୍କ ନେତୃତ୍ୱରେ ମେଡିକାଲ ଟିମ ଟର୍ଲିଆମ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ରୋଗୀଙ୍କ ଚିକିତ୍ସା କରିଥିଲେ। ଏହାପରେ ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଚିଦାନନ୍ଦ ପଣ୍ଡାଙ୍କ ନେତୃତ୍ୱରେ ଆଉ ଏକ ମେଡ଼ିକାଲ ଟିମ୍‌ ଗାଁରେ ପହଞ୍ଚି ଆକ୍ରାନ୍ତଙ୍କ ଚିକିତ୍ସା କରିବା ସହ ଔଷଧ ବଣ୍ଟନ କରିଥିଲେ। ଗାଁର ନୁନୋଇ ମାଝୀ(୫୦), ଲଛମା ମାଝୀ(୬୦), କମଳ ମାଝୀ(୨୧), ରୁଦମା ମାଝୀ(୧୮), ଦୁର୍ଯ୍ୟୋ ମାଝୀ(୩୫) ଓ ଜଣେ ଶିଶୁ ବେବି ମାଝୀ (୬) ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ କୋକସରା ଡାକ୍ତରଖାନାରେ ନୁନୋଇ ମାଝୀ ଓ ବେବି ମାଝୀ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ତେବେ ସେମାନଙ୍କ ଅବସ୍ଥା ସ୍ଥିର ଥିବା ନେଇ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡା. ଦାସ ସୂଚନା ଦେଇଛନ୍ତି। ଅନ୍ୟପଟେ ଶୁକ୍ରବାର ଗାଁରେ ମେଡିକାଲ ଟିମ୍‌ ସହ ଗ୍ରାମ୍ୟ ପରିମଳ ବିଭାଗ କର୍ମଚାରୀ ପହଞ୍ଚି ଗାଁରେ ଥିବା ନଳକୂପକୁ ବିଶୋଧନ କରିବା ସହ ପାନୀୟ ଜଳର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri