କାଶୀପୁରରେ ଝାଡ଼ାବାନ୍ତିମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ରାୟଗଡ଼ା ଅଫିସ,୧୭।୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପିବା ଯୋଗୁ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଶନିବାର ଶଙ୍କରଡ଼ା ପଞ୍ଚାୟତ ପଞ୍ଚାଳି ଗ୍ରାମର ଅଗାଧୁ ଗରଡ଼ା(୫୦)ଙ୍କ ମୃତ୍ୟୁ ଘଟିଛି। ଟିକିରି ଉଷାପଡ଼ା ସ୍ଥିତ ଉତ୍କଳ ଆଲୁମିନା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଦୂଷିତ କୂଅପାଣିକୁ ପାନୀୟ ଜଳ ରୂପେ ବ୍ୟବହାର, ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଏପରି ହେଉଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ଜିଲାପାଳ ସ୍ବଧାଦେବ ସିଂ ଶନିବାର ଟିକିରିସ୍ଥିତ ଝାଡ଼ାବାନ୍ତି ପ୍ରଭାବିତ ଗ୍ରାମ ଗୁଡ଼ିକୁ ବୁଲି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି। ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସେଠାରେ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଥିଲେ। ରୋଗୀଙ୍କୁ ନେବା ଆଣିବା ପାଇଁ ୩ଟି ଆମ୍ବୁଲାନ୍ସ ଥିବାରୁ ରାୟଗଡ଼ାରୁ ଆଉ ଏକ ଆମ୍ବୁଲାନ୍ସ ଟିକିରି ପଠାଇବା ପାଇଁ ଜିଲାପାଳ ସିଡିଏମ୍‌ଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଝାଡ଼ିବାନ୍ତି ପ୍ରଭାବିତ ଅଞ୍ଚଳ ଝୋଡ଼ିଆସାହି ଏବଂ ଦୁଡ଼ୁକାବାହାଲ ଗ୍ରାମକୁ ଯାଇ ମୃତକଙ୍କ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବା ସହ ଗ୍ରାମବାସୀ ପାନୀୟ ଜଳ ପାଇଁ ବ୍ୟବହାର କରୁଥିବା କୂଅ ବୁଲି ଦେଖିଛନ୍ତି। ଗ୍ରାମରେ ସୌରଚାଳିତ ଡୁଆଲ୍‌ ପମ୍ପକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଭାବିତ ଗ୍ରାମକୁ ତୁରନ୍ତ ବିଶୋଧନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ପରିବାରକୁ ରେଡ୍‌କ୍ରସ୍‌ରୁ ଆର୍ଥିକ ସହାୟତା ପ୍ରଦାନ କରିବା ନିମନ୍ତେ କାଶୀପୁର ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପରେ ଉଷାପଡ଼ା ସ୍ଥିତ ଉତ୍କଳ ଆଲୁମିନା ହସ୍ପିଟାଲକୁ ଯାଇ ଚିକିତ୍ସା ସୁବିଧା ବିଷୟରେ ଡାକ୍ତର ଓ ଉତ୍କଳ ଆଲୁମିନା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଆବଶ୍ୟକ ହେଲେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଏଠାକୁ ଅଣାଯାଇ ଚିକିତ୍ସା କରାଯିବ। ତେଣୁ ୩୦ ସ୍ବତନ୍ତ୍ର ଶଯ୍ୟା ପ୍ରସ୍ତୁତ ରଖିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri