କୋକସରାରେ ବଢ଼ୁଛି ଝାଡ଼ାବାନ୍ତି

କୋକସରା,୧୭।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି।

କୋକସରା ଗ୍ରାମରେ ୬ ଟି ୱାର୍ଡ ରହିଥିବା ବେଳେ ୫ ହଜାରରୁ ଊର୍ଦ୍ଧ୍ୱ ଲୋକ ଏଠାରେ ବାସ କରନ୍ତି। ତେବେ ବିଶୁଦ୍ଧ ପାନୀୟ ଜଳ ପାଇଁ ଗ୍ରାମ୍ୟ ପରିମଳ ଓ ପଞ୍ଚାୟତ ପକ୍ଷରୁ ବିଛା ଯାଇଥିବା ଲୁହାର ପାଇପ ଲାଇନ ଅନେକ ସ୍ଥାନରେ କଳଙ୍କି ଲାଗି ନଷ୍ଟ ହୋଇଛି। ଏଥିସହ ଡ୍ରେନର ଦୂଷିତ ପାଣି ପାଇପ ଲାଇନ ପାଣିରେ ମିଶୁଥିବା କାରଣରୁ ଝାଡ଼ାବାନ୍ତି ବ୍ୟାପୁଥିବା ନେଇ ସ୍ବାସ୍ଥ୍ୟକର୍ମୀମାନେ ସ୍ଥିତି ଅନୁଧ୍ୟାନ ପରେ ସୂଚନା ଦେଇଛନ୍ତି। ତେବେ ଗତ ସପ୍ତାହ ମଧ୍ୟରେ କୋକସରା ଗ୍ରାମର ପାଖାପାଖି ୧୩ରୁ ଅଧିକ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବେଳେ ମଙ୍ଗଳବାର ମଧ୍ୟ ଆଉ କେତେଜଣ ଏଥିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେମାନେ କୋକସରା ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି।

ଗତ ରବିବାର ଝାଡ଼ାବାନ୍ତିର କାରଣ ଅନୁଧ୍ୟାନ କରିବାକୁ ମହିଳା ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀମାନେ କୋକସରା ଗ୍ରାମର ଘରକୁ ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଔଷଧ ବଣ୍ଟନ କରିଥିଲେ। ଏଥିସହ ପାଣିକୁ ଫୁଟାଇ ପିଇବାକୁ ସଚେତନ କରିଛନ୍ତି। ଏନେଇ ଗ୍ରାମ୍ୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ଯଶୋବନ୍ତୀ ଭୋଇଙ୍କ ମତାମତ ନେବାପାଇଁ ଚେଷ୍ଟା କରିବାରୁ କୌଣସି ପ୍ରତିକ୍ରିୟା ହସ୍ତଗତ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri