କୋକସରାରେ ବଢ଼ୁଛି ଝାଡ଼ାବାନ୍ତି

କୋକସରା,୧୭।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି।

କୋକସରା ଗ୍ରାମରେ ୬ ଟି ୱାର୍ଡ ରହିଥିବା ବେଳେ ୫ ହଜାରରୁ ଊର୍ଦ୍ଧ୍ୱ ଲୋକ ଏଠାରେ ବାସ କରନ୍ତି। ତେବେ ବିଶୁଦ୍ଧ ପାନୀୟ ଜଳ ପାଇଁ ଗ୍ରାମ୍ୟ ପରିମଳ ଓ ପଞ୍ଚାୟତ ପକ୍ଷରୁ ବିଛା ଯାଇଥିବା ଲୁହାର ପାଇପ ଲାଇନ ଅନେକ ସ୍ଥାନରେ କଳଙ୍କି ଲାଗି ନଷ୍ଟ ହୋଇଛି। ଏଥିସହ ଡ୍ରେନର ଦୂଷିତ ପାଣି ପାଇପ ଲାଇନ ପାଣିରେ ମିଶୁଥିବା କାରଣରୁ ଝାଡ଼ାବାନ୍ତି ବ୍ୟାପୁଥିବା ନେଇ ସ୍ବାସ୍ଥ୍ୟକର୍ମୀମାନେ ସ୍ଥିତି ଅନୁଧ୍ୟାନ ପରେ ସୂଚନା ଦେଇଛନ୍ତି। ତେବେ ଗତ ସପ୍ତାହ ମଧ୍ୟରେ କୋକସରା ଗ୍ରାମର ପାଖାପାଖି ୧୩ରୁ ଅଧିକ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବେଳେ ମଙ୍ଗଳବାର ମଧ୍ୟ ଆଉ କେତେଜଣ ଏଥିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେମାନେ କୋକସରା ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି।

ଗତ ରବିବାର ଝାଡ଼ାବାନ୍ତିର କାରଣ ଅନୁଧ୍ୟାନ କରିବାକୁ ମହିଳା ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀମାନେ କୋକସରା ଗ୍ରାମର ଘରକୁ ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଔଷଧ ବଣ୍ଟନ କରିଥିଲେ। ଏଥିସହ ପାଣିକୁ ଫୁଟାଇ ପିଇବାକୁ ସଚେତନ କରିଛନ୍ତି। ଏନେଇ ଗ୍ରାମ୍ୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ଯଶୋବନ୍ତୀ ଭୋଇଙ୍କ ମତାମତ ନେବାପାଇଁ ଚେଷ୍ଟା କରିବାରୁ କୌଣସି ପ୍ରତିକ୍ରିୟା ହସ୍ତଗତ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri