ବରଗଡ଼ରେ ବ୍ୟାପୁଛି ଝାଡ଼ାବାନ୍ତି, ୫୧ ଅସୁସ୍ଥ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ନିଲେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଧଉଁରାଖନ୍ଦା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଏଥିରେ ଗ୍ରାମର ୫୧ ଜଣ ଅସୁସ୍ଥ ହୋଇଛନ୍ତି। ଝାଡ଼ାବାନ୍ତିକୁ ନେଇ ଗ୍ରାମରେ ଆତଙ୍କ ଖେଳିଯାଇଛି। ଖବର ପାଇ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ଗ୍ରାମରେ କ୍ୟାମ୍ପ କରି ଅସୁସ୍ଥଙ୍କ ଚିକିତ୍ସା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୧୦ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତେବେ ଝାଡ଼ାବାନ୍ତି ବ୍ୟାପିବାର କାରଣ ଜଣାପଡ଼ିନାହିଁ। ଗ୍ରାମରେ ଗତ ୧୭ ତାରିଖ କୁମାର ପୂର୍ଣ୍ଣିମା ପାଳନ ଅବସରରେ ହୋଇଥିବା ପ୍ରସାଦ ସେବନରୁ ଝାଡ଼ାବାନ୍ତି ବ୍ୟାପିଥିବା ଆଶଙ୍କା କରାଯାଉଛି। ସେହିପରି ଗ୍ରାମରେ ଥିବା କୂଅ, ନଳକୂଅ ପାଣି ଯୋଗୁ ମଧ୍ୟ ଝାଡ଼ାବାନ୍ତି ବ୍ୟାପିଥିବା ଅନୁମାନ କରାଯାଉଛି। ବିଭାଗୀୟ କର୍ତ୍ତୃପକ୍ଷ କୂଅ, ନଳକୂଅ ପାଣି ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ନେଇଛନ୍ତି। ସେହିପରି ଗ୍ରାମର ସମସ୍ତ କୂଅ, ନଳକୂଅରେ ବିଶୋଧକ ପକାଯାଇଛି।

ସୂଚନା ଅନୁସାରେ, ରବିବାର ସନ୍ଧ୍ୟାରୁ ଧଉଁରାଖନ୍ଦା ଗ୍ରାମରେ ଜଣେ ପରେ ଜଣେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ରାତି ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୫୧ରେ ପହଞ୍ଚିଥିଲା। ଗ୍ରାମବାସୀ ଏ ନେଇ ଜିଲା ସ୍ବାସ୍ଥ୍ୟ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ରାତାରାତି ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ସମ୍ପୃକ୍ତ ଗାଁରେ ପହଞ୍ଚତ୍ ଅସୁସ୍ଥଙ୍କ ଚିକିତ୍ସା ଆରମ୍ଭ କରିଥିଲେ। ସେହିପରି ଗୁରୁତରମାନଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଥିଲା। ଏ ନେଇ ସ୍ଥାନୀୟ ସରପଞ୍ଚ ନିରଞ୍ଜନ ମଲ୍ଲିକ କହିଛନ୍ତି, ଦିନକରେ ୫୧ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବା ଉକ୍ତ ଗ୍ରାମରେ ଆତଙ୍କ ଖେଳାଇ ଦେଇଥିଲା। ଖବର ପାଇ ଠିକ୍‌ ସମୟରେ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ପହଞ୍ଚି ଚିକିତ୍ସା ଆରମ୍ଭ କରିଥିବା ସେ କହିଛନ୍ତି। ତେବେ କେଉଁ କାରଣ ପାଇଁ ଝାଡ଼ାବାନ୍ତିରେ ଲୋକେ ଆକ୍ରାନ୍ତ ହେଲେ ତାହା ଜଣାପଡ଼ିନାହିଁ। କୁମାର ପୂର୍ଣ୍ଣିମାରେ ହୋଇଥିବା ସାମୂହିକ ପ୍ରସାଦ କିମ୍ବା ଦୂଷିତ ପାଣି ଯୋଗୁ ସେଭଳି ସ୍ଥିତି ଉପୁଜି ଥାଇପାରେ ବୋଲି ସେ ଆଶଙ୍କା ବ୍ୟକ୍ତ କରିଛନ୍ତି। ସେହିପରି ମେଡିକାଲ ଅଫିସର ଡା. ମଧୁସ୍ମିତା ସେଠ କହିଛନ୍ତି, ଝାଡ଼ାବାନ୍ତି ବ୍ୟାପିବାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଫୁଡ୍‌ ପଏଜନିଂ କିମ୍ବା ପାଣି ପାଇଁ ସେଭଳି ସ୍ଥିତି ଉପୁଜିଛି ତାହା ସ୍ପଷ୍ଟ ହୋଇନାହିଁ। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି ଏବଂ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଗ୍ରାମରେ କ୍ୟାମ୍ପ କରି ସେଥିପ୍ରତି ନଜର ରଖିଥିବା ସେଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri