ହିର୍ଲିପାଲିରେ ବ୍ୟାପୁଛି ଝାଡ଼ାବାନ୍ତି, ୬୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଅତାବିରା,୧୦ା୭(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ହିର୍ଲିପାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଗତ ୫ଦିନ ମଧ୍ୟରେ ୬୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୭ଜଣଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଥିରୁ ୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟ ୩ଜଣ ଲଳିତ ସାହୁ(୬୨), ସମାରୁ ଅଡ଼ା (୬୩) ଏବଂ କୁନି ମହାନନ୍ଦ(୧୮) ବୁର୍ଲା ଭିଏସ୍‌ଏସ୍‌ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ବୁଧବାର ୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନେ ହେଲେ ଚିତ୍ରା ମହାନନ୍ଦ(୭), ବୁଇ ସାହୁ(୮୦), ଅର୍ଚ୍ଚନା ଛୁରିଆ (୧୫), ଲକ୍ଷ୍ମୀପ୍ରିୟା ଭୋଇ(୭), ସୁରେଶ୍ୱରୀ ପ୍ରଧାନ(୭୦), ରାସେଶ୍ୱରୀ ପ୍ରଧାନ(୭୦)। ଏମାନଙ୍କୁ ଗ୍ରାମର ମନ୍ଦିରପଡ଼ା ବ୍ଲକ ଘରେ ତିଆରି ହୋଇଥିବା ଅସ୍ଥାୟୀ କ୍ୟାମ୍ପକୁ ଅଣାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡା. ସୀମାରାଣୀ ନନ୍ଦ କହିଛନ୍ତି।
ବରଗଡ଼ ସିଡିଏମ୍‌ଓ, ଗ୍ରାମ୍ୟ ଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ଆଶା, ସ୍ବାସ୍ଥ୍ୟକର୍ମୀ ଘରକୁ ଘର ବୁଲି ସଚେତନ କରାଇବା ସହ ଔଷଧ ଦେଉଛନ୍ତି ଏବଂ ବ୍ଲିଚିଂ ପାଉଡର ସିଞ୍ଚନ କରୁଛନ୍ତି। ପଞ୍ଚାୟତ ପକ୍ଷରୁ ୫ଟି ଏବଂ ଆଶା କର୍ମୀମାନେ ୨ଟି ଖଟର ବ୍ୟବସ୍ଥା କରିଥିବା ସରପଞ୍ଚ କବିତା ସାହୁ କହିଛନ୍ତି। ଅତାବିରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ରବିନାରାୟଣ ମିଶ୍ର ଗ୍ରାମରେ ସ୍ଥିତି ସୁଧୁରୁଥିବା କହିଛନ୍ତି। ଏହା ପାନୀୟ ଜଳ ଯୋଗୁ ସଂକ୍ରମଣ ହୋଇଥାଇପାରେ ବୋଲି ସେ କହିଛନ୍ତି। ଆବଶ୍ୟକ ଔଷଧ ମହଜୁଦ ରହିଛି। ଗ୍ରାମର ଯୁବକମାନେ ସହଯୋଗ କରୁଥିବା ମଧ୍ୟ ମିଶ୍ର ପ୍ରକାଶ କରିଛନ୍ତି।
ବିଭିନ୍ନ ସ୍ଥାନରେ ପାଇପ୍‌ ଫାଟିଥିବା ଏବଂ ଦୂଷିତ ପାଣି ପାଇପ୍‌ରେ ପଶି ତାହାକୁ ବ୍ୟବହାର ଯୋଗୁ ଏପରି ସମସ୍ୟା ଦେଖାଦେଇଛି ବୋଲି ଗ୍ରାମବାସୀ କହିଛନ୍ତି। ଗ୍ରାମରେ ଥିବା ନଳକୂପଗୁଡ଼ିକରେ ନାଲିଆ ପାଣି ବାହାରୁଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଆଗକୁ ସଂକ୍ରମଣ ଯେମିତି ଅଧିକ ନ ହୁଏ, ଏଥିପାଇଁ ଶୀଘ୍ର ସ୍ଥାୟୀ ପ୍ରତିକାର କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ତେବେ ଝାଡ଼ାବାନ୍ତିର କାରଣ ଜଣାପଡ଼ିନଥିବା ବେଳେ ପାଣିର ନମୁନା ପରୀକ୍ଷା ପାଇଁ ନିଆଯାଇଛି ବୋଲି ଅତାବିରା ଗ୍ରାମ୍ୟ ଜଳଯୋଗାଣ ବିଭାଗ ଯନ୍ତ୍ରୀ ସାଇମନ ଟପୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri