ଯାଜପୁରରେ ଝାଡାବାନ୍ତି ଅଣାୟତ୍ତ: ଗଲାଣି ୪ ଜୀବନ

ଯାଜପୁର,୧୧ା୬: ଯାଜପୁରରେ ସୋମବାର ରାତିରୁ ଆରମ୍ଭ ହୋଇଥିବା ଝାଡ଼ାବାନ୍ତି ଅଣାୟତ୍ତ ହେବାରେ ଲାଗିଛି । ଝାଡ଼ାବାନ୍ତିରେ ଆଉ ୨ ଜଣଙ୍କ ମୃତ୍ୟୁ ସହ ମୋଟ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ ଟପିଯାଇଥିବା ବେଳେ ଦାନଗଦି ଓ ଧର୍ମଶାଳାରେ ସ୍ଥିତି ଉଦ୍‌ବେଗଜନକ ରହିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୫୦ରୁ ଊର୍ଦ୍ଧ୍ୱ ରୋଗୀ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ସ୍ବାସ୍ଥ୍ୟ ସଚିବ ଆଶ୍ୱଥି ଏସ୍‌ ଯାଜପୁର ଜିଲା ଗସ୍ତକରି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାରେ ବ୍ୟାପୁଥିବା ଡାଏରିଆରର କାରଣ ଖୋଜିବା ପାଇଁ ଏକ ବିଶେଷଜ୍ଞ ଦଳ ପଠାଯାଇଛି। ଏଥିରେ ଆଇଡିଏସପିର ଇଭେଣ୍ଟ୍‌ ଡାଇରେକ୍ଟର, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର କର୍ମକର୍ତ୍ତା ଓ ଅନ୍ୟ କର୍ମକର୍ତ୍ତା ସାମିଲ ହୋଇଛନ୍ତି। ଏହି ଟିମ୍‌ ଯାଜପୁର ଜିଲାର ବିଭିନ୍ନ ଗ୍ରାମ ପରିଦର୍ଶନ କରି ସେଠାକାର ସ୍ବାସ୍ଥ୍ୟ ସୁବିଧା ବିଷୟରେ ପଚାରି ବୁଝିଛନ୍ତି।

ଜିଲାର ଯେଉଁ ଲୋକମାନେ ଚିକିତ୍ସାଳୟରେ ପହଞ୍ଚି ପାରୁନାହାନ୍ତି ସେମାନଙ୍କ ନିକଟକୁ ମୋବାଇଲ୍‌ ହେଲପ ୟୁନିଟ୍‌କୁ ପଠାଯିବାର ବ୍ୟବସ୍ଥା କରାଯାଇଛି। ଅଧିକ ମାତ୍ରାରେ ରୋଗୀ ଚିହ୍ନଟ ହେଲେ ଜିଲା ବାହାରୁ ଟିମ୍‌ ନିୟୋଜିତ କରାଯିବ ବୋଲି ସ୍ବାସ୍ଥ୍ୟ ସଚିବ ପ୍ରକାଶ କରିଛନ୍ତି।

ପ୍ରତ୍ୟେକ ପଞ୍ଚାୟତର ଜଳଉତ୍ସଗୁଡିକୁ ପ୍ରତିସଂକ୍ରମଣ କରାଯିବ। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କୋରେଇ, ବ୍ୟାସନଗର ଓ ଧର୍ମଶାଳା ଅଞ୍ଚଳରୁ ଅଧିକାଂଶ ରୋଗୀ ଚିକିତ୍ସା ନିମନ୍ତେ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ଆସିଥିବା ବେଳେ ଯାଜପୁର ଅଞ୍ଚଳର କିଛି ଆକ୍ରାନ୍ତ ରୋଗୀ ଚିକିତ୍ସିତ ହେଉଥିବା ଜଣାପଡ଼ିଛି।

ଯଦିଓ ଝାଡ଼ାବାନ୍ତିର କାରଣ ସ୍ପଷ୍ଟ ହୋଇନାହିଁ ଦୂଷିତ ପାଣି, ଭୋଜି ଓ ଆମ୍ବ ଖାଇବା ଦ୍ୱାରା ଲୋକେ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି। କିଛି ସ୍ଥାନରେ ଭୋଜିରେ ପିଇବା ପାଣି ବ୍ୟବହୃତ ହୋଇ କେତେକ ଲୋକ ଆକ୍ରାନ୍ତ ହୋଇଥିବା କୁହାଯାଉଛି। ଏହି ପାଣିକୁ ପରୀକ୍ଷା କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଠାଯାଇଛି ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri