ଗାଁରେ ବ୍ୟାପିଛି ଝାଡାବାନ୍ତି: ୩ ଦିନରେ ୫ ଆକ୍ରାନ୍ତ

ପାପଡାହାଣ୍ଡି,୧୭।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକକୁ ପୁଣି ଫେରିଛି ଝାଡ଼ାବାନ୍ତି। ଅଗଷ୍ଟରେ ତୁଳସୀପଦର ଓ ଗତ ସପ୍ତାହରେ ସୋରିଷପଦରରେ ଝାଡ଼ାବାନ୍ତି ଦେଖାଦେଇଥିଲା। ବର୍ତ୍ତମାନ ବ୍ଲକର ମାଝିଗୁଡା ପଞ୍ଚାୟତ ଖଡ଼କାପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଝାଡାବାନ୍ତି ବ୍ୟାପିବାର ପ୍ରକୃତ କାରଣ ଜଣାପଡ଼ିନାହିଁ। ରବିବାର ହାରାବତୀ ଜାନି ଓ ଦେଶୀ ଜାନି ଆକ୍ରାନ୍ତ ହୋଇ ନବରଙ୍ଗପୁର ସ୍ଥାନାନ୍ତର ହୋଇଛନ୍ତି। ସୋମବାର ଜୟରାମ ଜାନି ଆକ୍ରାନ୍ତ ହୋଇ ପ୍ରଥମେ ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ହୋଇଛନ୍ତି। ସେହିପରି ଆକ୍ରାନ୍ତ ବାଲମତି ଜାନି ଡାକ୍ତରଖାନାରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ଝାଡ଼ାବାନ୍ତିରେ ଆକ୍ରାନ୍ତ ଜୟସିଂ ଜାନି ଗ୍ରାମରେ ଚିକିତ୍ସିତ ହେଉଥିବା ଜଣାପଡିଛି। ତେବେ ବିଷାକ୍ତ ଛତୁ ଖାଇ ଝାଡାବାନ୍ତି ହୋଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?