ବ୍ୟାପୁଛି ଝାଡ଼ାବାନ୍ତି, ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଦଶମନ୍ତପୁର/କୋଡିଙ୍ଗା, ୨୫।୮(ଡି.ଏନ୍‌.ଏ.): କୋରାପୁଟ ଓ ନବରଙ୍ଗପୁରରେ ଝାଡ଼ାବାନ୍ତି ଥମିବାର ନାଁ ନେଇନି। ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ଭୟର ବାତାବରଣ। ଜିଲା ଦଶମନ୍ତପୁର ବ୍ଲକରେ ଝାଡ଼ାବାନ୍ତିରେ ମଙ୍ଗଳବାର ଜଣେ ୨ବର୍ଷର ଶିଶୁଙ୍କ ସମେତ ୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେମାନେ ହେଲେ ଡୁମ୍ବାଗୁଡା ପଞ୍ଚାୟତ ଅଧୀନ କାଳିଆମ୍ବ ଗାଁର ପାତ୍ର ମାଣ୍ଡିଙ୍ଗା (୪୦), ଅସନାଥ କୁଲେସିକା (୪୦), ନିଲାଇ ହିକ୍‌କା(୨୫) ଏବଂ ଫୁଲନ୍ତି ମାଣ୍ଡିଙ୍ଗାଙ୍କ ୨ବର୍ଷର ଝିଅ ଗାୟତ୍ରୀ। ଚିକାମ୍‌ ସଦର ପଞ୍ଚାୟତର ଊର୍ମିଳା ଭତ୍ରା ମଧ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୁର୍କାର ସଦର ପଞ୍ଚାୟତ ସ୍ଥାନୀୟ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଖବର ପାଇବାପରେ ଦଶମନ୍ତପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଶ୍ରୀରାମ ପରିଡ଼ା ଆମ୍ବୁଲାନ୍ସ ଯୋଗେ ରୋଗୀଙ୍କୁ ଆଣି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ସେହିପରି ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମୋଚାଗାଁ ପଞ୍ଚାୟତ ବାଗ୍ରା ଗ୍ରାମର ଶୋଭା ମୁଦୁଲି(୨୫) ଏବଂ ଡମେନ ମୁଦୁଲି (୪୫) ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଦଶମନ୍ତପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ କର୍ଚ୍ଚାମାଳ ପଞ୍ଚାୟତ ଗୁମଣ୍ଡଳୀରେ ଝାଡାବନ୍ତି ବ୍ୟାପି ୧୫ଜଣ ଆକ୍ରାନ୍ତ ହୋଇଛନ୍ତି। ଡାକ୍ତରୀ ଦଳ ଗାଁରେ ପହଞ୍ଚତ୍ ୮ଜଣ ଆକ୍ରାନ୍ତଙ୍କୁ ଚିକିତ୍ସା କରୁଛି। ଗୁରୁତର ୫ଜଣଙ୍କୁ କୋଷାଗୁମୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ୨ ଜଣଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମସ୍ତ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ଝାଡାବାନ୍ତି ଉଗ୍ରରୂପ ଯେପରି ନ ନେବ ସେ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଜ୍ଞାନ ରଞ୍ଜନ ପାଢୀଙ୍କ ନେତୃତ୍ୱରେ ଡାକ୍ତରୀଦଳ ଗ୍ରାମରେ ସଜାଗ ରହି ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ଆବଶ୍ୟକୀୟ ଔଷଧ ଦେଉଛନ୍ତି। ଝାଡାବାନ୍ତି ଯେପରି ନ ବ୍ୟାପେ ସେଥିପାଇଁ ଡ୍ରେନଗୁଡିକୁ ସଫା କରାଯାଇ ଡିଡିଟି ପକାଇ ବିଷୋଧନ କରାଯାଇଛି। ଜଳ ଓ ପରିମଳ ବିଭାଗ ପକ୍ଷରୁ ଗ୍ରାମରେ ଥିବା ସମସ୍ତ ନଳକୂଅ ପାଣିକୁ ପରୀକ୍ଷା କରାଯିବା ସହ ଏଥିରେ ଔଷଧ ପକାଯାଇଛି। ଗ୍ରାମର ମୁଦୁଲି ସାହିରେ ଥିବା ନଳକୂପରୁ ବାହାରୁଥିବା ପାଣି ଲୋକଙ୍କୁ ବ୍ୟବହାର ନ କରିବା ପାଇଁ ସଚେତନ କରାଯିବା ସହ ନଳକୂଅକୁ ପଲିଥିନ ବାନ୍ଧି ବନ୍ଦ କରିଦିଆଯାଇଛି। ଗ୍ରାମରେ ଆଶା, ଅଙ୍ଗନବାଡି ଓ ସ୍‌ୱାସ୍ଥ୍ୟ କର୍ମୀ ପ୍ରତ୍ୟେକ ଘରକୁ ଯାଇ ସଚେତନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri