ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି। ବୁଧବାର ମଧ୍ୟାହ୍ନରେ ଏହି ରୋଗରେ ଆକ୍ରାନ୍ତ ହୋଇ ଗ୍ରାମର ସୁରେନ୍ଦ୍ର ମଲ୍ଲିକ (୬୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ ଜଣ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଚିକିତ୍ସିତ ହେଉଥିବା ଆକ୍ରାନ୍ତମାନେ ହେଲେ ଗ୍ରାମର ରଘୁନାଥ ମଲ୍ଲିକ (୬୨), ରୁନି ମଲ୍ଲିକ (୧୫), ଶୁଭମ୍ ମଲ୍ଲିକ (୧୩) ଏବଂ ବନମାଳୀ ମଲ୍ଲିକ (୫୫)।

ମିଳିଥିବା ସୂଚନା ଅନୁଯାୟୀ, ଗତ ୧୨ ଦିନ ପୂର୍ବେ ଗ୍ରାମର ଭରତ ମଲ୍ଲିକଙ୍କର ମଧ୍ୟ ଝାଡ଼ାବାନ୍ତିରେ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ଗାଁରେ ତାଙ୍କର ଶୁଦ୍ଧିକ୍ରିୟା ଭୋଜି ଚାଲିଥିବା ବେଳେ ସୁରେନ୍ଦ୍ର, ବନମାଳୀ ଏବଂ ସେମାନଙ୍କ ପରିବାର ଲୋକେ ଯାଇଥିଲେ। ଭୋଜି ଖାଇସାରିବା ପରେ ରାତିରୁ ଗାଁରେ ଝାଡ଼ାବାନ୍ତି ବ୍ୟାପିଥିଲା। ଆକ୍ରାନ୍ତମାନଙ୍କୁ ତୁରନ୍ତ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ସୁରେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ବୁଧବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ମୃତଦେହ ଗାଁରେ ପହଞ୍ଚିବା ପରେ ବିଳମ୍ବିତ ସନ୍ଧ୍ୟାରେ ଗାଁ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।

ଘଟଣା ପରେ ଗାଁରେ ଆଶାକର୍ମୀ ଓ ସ୍ୱାସ୍ଥ୍ୟ ଟିମ୍ ପହଞ୍ଚି ଲୋକଙ୍କୁ ସ୍ୱାସ୍ଥ୍ୟ ସଚେତନ କରାଉଛନ୍ତି। ଜିଲା ସ୍ୱାସ୍ଥ୍ୟ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଟିମ୍ ଗାଁରେ ପହଞ୍ଚି ସ୍ୱାସ୍ଥ୍ୟସେବା ତଦାରଖ କରୁଛନ୍ତି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ଗ୍ରାମର ନଳକୂପଗୁଡ଼ିକର ଆବଶ୍ୟକ ମରାମତି ସହ ବ୍ଲିଚିଂ ପାଉଡର ପକାଇ ଜଳାଶୟ ବିଶୋଧନ କରିବା ପାଇଁ ସରପଞ୍ଚ ସନ୍ତୋଷ ବିଷୋୟୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?