କେନ୍ଦୁଝରରେ ଡାଇରିଆ ଆତଙ୍କ, ଆଉ ଜଣେ ବୃଦ୍ଧଙ୍କ ଜୀବନ ଗଲା

କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକର ଏକ ଦୁର୍ଗମ ଗ୍ରାମରେ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କ ଝାଡ଼ାବାନ୍ତିରେ ମୃତ୍ୟୁ ଘଟିଥିବା ବେଳେ ପାଖାପାଖି ୧୦ ଜଣ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ଅଭିଯୋଗ ହୋଇଛି। ଫଳରେ ଉକ୍ତ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ଗତ ୪ ଦିନରେ କେନ୍ଦୁଝର ଜିଲାରେ ଡାଇରିଆରେ ପୀଡ଼ିତ ହୋଇ ଏପର୍ଯ୍ୟନ୍ତ ଦୁଇଜଣଙ୍କର ମୃତ୍ୟୁ ହୋଇଛି ଏବଂ ୨୦ରୁ ଅଧିକ ଲୋକ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ବାଂଶପାଳ ବ୍ଲକର ରାଇଗୋଡ଼ା ପଞ୍ଚାୟତ ଅନ୍ତର୍ଗତ ଆମୁଣି ଗ୍ରାମର ସବର ଦେହୁରୀ ବୋଲି ଚିହ୍ନଟ କରାଯାଇଛି।

ସୂଚନାନୁଯାୟୀ, ଉକ୍ତ ଗ୍ରାମରେ ଝାଡାବାନ୍ତି ବ୍ୟାପିଥିଲା, ବେଳେ ମଙ୍ଗଳବାର ଜଣଙ୍କର ମୃତ୍ୟୁ ଘଟିଥିଲା। ସେହିପରି ୧୦ରୁ ଅଧିକ ଲୋକ ଅସୁସ୍ଥ ଅନୁଭବ କରିବାରୁ କେତେକଙ୍କୁ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ସେମାନେ ଚିକିତ୍ସାଧୀନ ଅଛନ୍ତି। ସୂଚନା ପାଇବା ପରେ ଏକ ସ୍ବାସ୍ଥ୍ୟ ଦଳ ଉକ୍ତ ଗ୍ରାମକୁ ଯାଇ ଚିକିତ୍ସା କରିଥିଲେ। ଗ୍ରାମର ଏକମାତ୍ର ନଳକୂପର ମଇଳା ପାଣି ବ୍ୟବହାର ଯୋଗୁ ଡାଇରିଆ ବ୍ୟାପିଥିବା ଗ୍ରାମବାସୀ ସନ୍ଦେହ କରିଥିଲେ।

ମୁଖ୍ୟ ଜିଲା ଚିକିତ୍ସା ଅଧିକାରୀ ଡକ୍ଟର କେ.ସି.ପୃଷ୍ଟି କହିଛନ୍ତି ଯେ ‘ସୂଚନା ପାଇବା ପରେ ଏକ ଦଳ ଗାଁକୁ ପଠାଯାଇଥିଲା। ସେମାନେ ଫେରି ରିପୋର୍ଟ ପାଇବା ପରେ ଆକ୍ରାନ୍ତ ସଠିକ୍‌ ସଂଖ୍ୟା ଏବଂ ମୃତ୍ୟୁର ସଠିକ୍‌ କାରଣ କହିପାରିବି।

ପ୍ରକାଶ ଯେ, କେନ୍ଦୁଝର ଜିଲା ସଦର ବ୍ଲକର ବାଉରିପଦା ଗ୍ରାମ ପଞ୍ଚାୟତର ମୁକୁନା, ବାଉରିପଦା ଏବଂ ସାହାଡାପୁର ଗ୍ରାମର ଦଶଜଣରୁ ଅଧିକ ଲୋକ ଡାଇରିଆରେ ପୀଡିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ଆମୁଣୀ ଗ୍ରାମର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟମାନେ ଚିକିତ୍ସିତ ଅଛନ୍ତି। ‘ଏହି ଅଞ୍ଚଳଗୁଡ଼ିକର ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି। ଡାକ୍ତରୀ ଟିମ୍‌ ଉକ୍ତ ଗ୍ରାମରେ ସେବା ଜାରି ରଖିଛନ୍ତି। ଏବେ କେବଳ ୬ ଜଣ ଚିକିତ୍ସାଧୀନ ଅଛନ୍ତି ଏବଂ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ହେଉଛି, ସିଡିଏମଓ କହିଛନ୍ତି।
କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ପାନୀୟ ଜଳର ଅଭାବ ଯୋଗୁ ଲୋକମାନେ ନଦୀ, ଝରଣା ଏବଂ ଅଚଳ ନଳକୂପରୁ ମଇଳା ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି ଏବଂ ବିଭିନ୍ନ ରୋଗରେ ପୀଡିତ ହେଉଛନ୍ତି। ଏଣୁ ସମ୍ବେଦନଶୀଳ ଅଞ୍ଚଳରେ ପାନୀୟ ଜଳ ଯୋଗାଇଦେବା ସହ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri