ଡାଇରିଆ ଆତଙ୍କ, ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ସୂଚନା

କୋକସରା,୨୨।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଡଙ୍ଗରିପଡା ଗ୍ରାମରେ ଗତ କିଛିଦିନ ହେବ ଡାଇରିଆ ବ୍ୟାପୁଥିବା ଦେଖିବାକୁ ମିଳିଛି। ଗ୍ରାମର ୬ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୁରୁତର ହେବାରୁ ସେମାନଙ୍କୁ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଏ ନେଇ ଖବର ମିଳିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଏକ ମେଡ଼ିକାଲ ଟିମ ଏପିଡେମୋଲୋଜିଷ୍ଟ ବିଶେଷଜ୍ଞ ଡ଼. ନିହାର ଠାକୁରଙ୍କ ନେତୃତ୍ୱରେ କୋକସରା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼. ତତ୍ୱଦର୍ଶୀ ଦାସ, ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶର୍ମିଳା ଛାତ୍ରୀଆ, ବିପିଏମ ସୁରଜିତ ସିଂ କୁମାର, ସ୍ବାସ୍ଥ୍ୟ କର୍ମଚାରୀ ନୀଳମଣି ଖମାରି, କୃଷ୍ଣା ସିଂ ରାଜପୁତ, ସି ଏଚ ଓ ଅନିତା ରାଉତ, ସ୍ବାସ୍ଥ୍ୟକର୍ମୀ ସୁକାନ୍ତି ଦେବୀ, ଆଶା କର୍ମୀ ମୁକ୍ତାରାଣୀ ସୁନାନୀ, ଅଙ୍ଗନୱାଡି କର୍ମୀ ଶକୁନ୍ତଳା ନାଏକ, ଫାର୍ମାସିଷ୍ଟ ଶୁଭେନ୍ଦୁ ପଣ୍ଡା ଡଙ୍ଗରିପଡା ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା କରୁଥିବା ଜଣାପଡିଛି। ଗ୍ରାମ ନିକଟସ୍ଥ ମୁଡ୍ରା ନଦୀର ଦୂଷିତ ପାଣି ପିଇବା କାରଣରୁ ଝାଡ଼ାବାନ୍ତି ବ୍ୟାପିଥିବା ନେଇ ପ୍ରାଥମିକ ଚିକିତ୍ସାରୁ ଜଣାପଡିଛି। ବାରବଖରା ଗ୍ରାମର ଆକ୍ରାନ୍ତ ରୋଗୀ କନ୍ଦା ଧରୁଆ (୭୫) ଙ୍କ ଗତକାଲି କୋକସରା ଡାକ୍ତରଖାନାକୁ ଆଣିବା ସମୟରେ ଡାକ୍ତରଖାନା ପହଞ୍ଚିବା ବେଳକୁ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଥିଲେ। ଅନ୍ୟ ଆକ୍ରାନ୍ତ ରୋଗୀ ତିଲୋତ୍ତମା ଧରୁଆ (୭), ମମତା ଧରୁଆ (୧୫), ରାଏମନି ଧରୁଆ(୪୦), କୁମନାଥ ଧରୁଆ(୪୦), ଚିତ୍ରଙ୍ଗ ଧରୁଆ(୪୦) ପର୍ଲା ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇ ଚିକିତ୍ସିତ ପରେ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ୩ ଜଣ ଓ କୋକସରା ଡାକ୍ତରଖାନାରେ ଜଣେ ରୋଗୀ ଚିକିତ୍ସାଧୀନ ହେଉଥିବା ଜଣାପଡିଛି। ଘଟଣା ପରେ ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri