ଡାଇରିଆ, ଆଇସୋଲେଶନ ଓ୍ବାର୍ଡରେ ରୋଗୀ ହନ୍ତସନ୍ତ

ଢେଙ୍କାନାଳ, ୧୫ା୧୦(ରତନ ନାୟାର)ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଡାଇରିଆ ଓ ଆଇସୋଲେଶନ ଓ୍ବାର୍ଡରେ ଶନିବାର ବ୍ୟାପକ ବିଦ୍ୟୁତ୍‌ ଅବ୍ୟବସ୍ଥା ଦେଖାଦେଇଛି। ସକାଳ ୯ଟାରୁ ବିଦ୍ୟୁତ୍‌ ନ ଥିବାରୁ ଦିନତମାମ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ହନ୍ତସନ୍ତ ହେବାକୁ ପଡ଼ିଛି। ଏପରି କି ଶୌଚାଳୟରେ ବ୍ୟବହାର ପାଇଁ ପାଣିର ଅଭାବ ପରିସ୍ଥିତିକୁ ଅଧିକ ବିଗାଡ଼ି ଦେଇଛି। ରାତି ୯ଟା ସୁଦ୍ଧା ବ୍ୟବସ୍ଥାରେ କୌଣସି ସୁଧାର ପରିଲକ୍ଷିତ ହୋଇ ନ ଥିବାରୁ ଏ ନେଇ ରୋଗୀ ଓ ସମ୍ପର୍କୀୟମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। କେବଳ ଡାଇରିଆ ଓ୍ବାର୍ଡରେ ୩୦ରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିବା ସୂଚନା ମିଳିଛି।
ପ୍ରକାଶ ଯେ, ଜିଲା ମୁଖ୍ୟ ଚିକିତ୍ସାଳୟର ଡାଇରିଆ ଓ ଆଇସୋଲେଶନ ଓ୍ବାର୍ଡରେ ହଠାତ୍‌ ସକାଳ ୯ଟାରେ ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଇଥିଲା। କିଛି ସମୟ ପରେ ଲାଇନ ଆସିଯିବ ବୋଲି ସମସ୍ତେ ଭାବିନେଇଥିଲେ। ହେଲେ ଘଣ୍ଟା ପରେ ଘଣ୍ଟା ବିତିଯାଇଥିଲେ ମଧ୍ୟ ବିଦ୍ୟୁତ୍‌ ସେବା ପୁନଃ ଚାଲୁ ହୋଇପାରି ନ ଥିଲା। ଓ୍ବାର୍ଡ ମଧ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବାରୁ ଏ ନେଇ ରୋଗୀ ଓ ସମ୍ପର୍କୀୟମାନେ ବ୍ୟତିବ୍ୟସ୍ତ ହୋଇପଡ଼ିଥିଲେ। ସେଠାରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ଉଦ୍‌ବେଗ ସମ୍ପର୍କରେ ଜଣାଇଥିଲେ। ହେଲେ ମରାମତି କାମ କରାଯାଉଛି ବୋଲି କୁହାଯାଇଥିଲେ ହେଁ ରାତି ପର୍ଯ୍ୟନ୍ତ ବ୍ୟବସ୍ଥାରେ ସୁଧାର ଆସିପାରି ନ ଥିଲା। ଫଳରେ ରାତି ଅନ୍ଧାରରେ ମଧ୍ୟ ଓ୍ବାର୍ଡ ମଧ୍ୟରେ ଚିକିତ୍ସା ଜାରି ରହିଥିଲା। ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରା ଡା, ଦିଲୀପ କୁମାର ବିଶ୍ୱାଳ କହିଛନ୍ତି, ବିଦ୍ୟୁତ୍‌ ବିଭ୍ରାଟ ହୋଇଥିବା ଜାଣିବା ପରେ ଜିଇଡି ପକ୍ଷରୁ ମରାମତି କରାଯାଉଥିଲା। କିନ୍ତୁ ସନ୍ଧ୍ୟା ପର୍ଯ୍ୟନ୍ତ କାମ ଶେଷ ହୋଇ ନ ଥିବାରୁ ୟୁପିଏସ୍‌ ମାଧ୍ୟମରେ କେବଳ ଗୋଟିଏ ଲାଇଟ ଓ୍ବାର୍ଡ ମଧ୍ୟରେ ଜଳାଯାଇଛି। ରାତିରେ ଜରୁରୀ ଚିକିତ୍ସା ପାଇଁ ଜେନେରେଟର ବ୍ୟବସ୍ଥା ହୋଇଛି। ରବିବାର ମରାମତି କାର୍ଯ୍ୟ କରାଯିବା ପରେ ସେବା ମିଳିପାରିବ। ତେବେ ଜିଲା ମୁଖ୍ୟ ଚିକିତ୍ସାଳୟ ଭଳି ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୧୨ ଘଣ୍ଟାରୁ ଅଧିକ ସମୟ ଧରି ବିଦ୍ୟୁତ୍‌ ବିଭ୍ରାଟ ଘଟିବା ଓ ତାହାକୁ ମରାମତି କରାଯାଇ ନ ପାରିବା ଘଟଣାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri