ଗାଁରେ ଝାଡ଼ାବାନ୍ତି ବ୍ୟାପିବା ପରେ ଚେତିଲା ପ୍ରଶାସନ

କୋକସରା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ ସୂଚନାରୁ ଜଣାପଡ଼ିଛି। ଏନେଇ ବିଭିନ୍ନ ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ପ୍ରକାଶିତ ପରେ ବ୍ଲକ ପ୍ରଶାସନ ତ୍ୱରିତ ପଦକ୍ଷେପ ଗ୍ରହଣ କରି ବୁଧବାର ସ୍ଥିତି ଅନୁଧ୍ୟାନ କରିବାକୁ କୋକସରା ଗ୍ରାମର ବିଭିନ୍ନ ପଡ଼ାକୁ ବିଡିଓ ଉତ୍ତମ ବାଗ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ, ଗ୍ରାମ୍ୟ ପରିମଳ କନିଷ୍ଠ ଯନ୍ତ୍ରୀ ଯଶୋବନ୍ତୀ ଭୋଇ, କୋକସରା ସରପଞ୍ଚ କିଶୋର ପ୍ରଧାନୀ, ମେଡ଼ିକାଲ ଟିମରୁ ଡ. ତତ୍ତ୍ୱଦର୍ଶୀ ଦାସ, ଜନ ସାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଚିଦାନନ୍ଦ ପଣ୍ଡା, ବିପିଏମ୍‌ଓ ମାନସ ରଞ୍ଜନ ସ୍ବାଇଁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ଓ ଯୋଗାଣ ହେଉଥିବା ପାନୀୟ ଜଳ ପାଇପ୍‌ଲାଇନ୍‌ ଅନେକ ସ୍ଥାନରେ ଡ୍ରେନରେ ମିଶିଥିବା କାରଣରୁ ଝାଡ଼ାବାନ୍ତି ହେଉଥିବା କହିଛନ୍ତି। ପାଣି ନମୁନା ସଂଗ୍ରହ କରି ପଠାଇଛନ୍ତି। ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀମାନେ ଘରକୁ ଘର ବୁଲି ସଚେତନତା କରୁଥିବା ଦେଖିବାକୁ ମିଳିଛି। ଡ୍ରେନ୍‌ ଦେଇ ଯାଇଥିବା ପାଇପ ଲାଇନ୍‌କୁ ଶୀଘ୍ର ସମ୍ପ୍ରସାରଣ କରାଯିବ ବୋଳି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri