ଗାଁରେ ଝାଡ଼ାବାନ୍ତି ବ୍ୟାପିବା ପରେ ଚେତିଲା ପ୍ରଶାସନ

କୋକସରା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ ସୂଚନାରୁ ଜଣାପଡ଼ିଛି। ଏନେଇ ବିଭିନ୍ନ ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ପ୍ରକାଶିତ ପରେ ବ୍ଲକ ପ୍ରଶାସନ ତ୍ୱରିତ ପଦକ୍ଷେପ ଗ୍ରହଣ କରି ବୁଧବାର ସ୍ଥିତି ଅନୁଧ୍ୟାନ କରିବାକୁ କୋକସରା ଗ୍ରାମର ବିଭିନ୍ନ ପଡ଼ାକୁ ବିଡିଓ ଉତ୍ତମ ବାଗ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ, ଗ୍ରାମ୍ୟ ପରିମଳ କନିଷ୍ଠ ଯନ୍ତ୍ରୀ ଯଶୋବନ୍ତୀ ଭୋଇ, କୋକସରା ସରପଞ୍ଚ କିଶୋର ପ୍ରଧାନୀ, ମେଡ଼ିକାଲ ଟିମରୁ ଡ. ତତ୍ତ୍ୱଦର୍ଶୀ ଦାସ, ଜନ ସାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଚିଦାନନ୍ଦ ପଣ୍ଡା, ବିପିଏମ୍‌ଓ ମାନସ ରଞ୍ଜନ ସ୍ବାଇଁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ଓ ଯୋଗାଣ ହେଉଥିବା ପାନୀୟ ଜଳ ପାଇପ୍‌ଲାଇନ୍‌ ଅନେକ ସ୍ଥାନରେ ଡ୍ରେନରେ ମିଶିଥିବା କାରଣରୁ ଝାଡ଼ାବାନ୍ତି ହେଉଥିବା କହିଛନ୍ତି। ପାଣି ନମୁନା ସଂଗ୍ରହ କରି ପଠାଇଛନ୍ତି। ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀମାନେ ଘରକୁ ଘର ବୁଲି ସଚେତନତା କରୁଥିବା ଦେଖିବାକୁ ମିଳିଛି। ଡ୍ରେନ୍‌ ଦେଇ ଯାଇଥିବା ପାଇପ ଲାଇନ୍‌କୁ ଶୀଘ୍ର ସମ୍ପ୍ରସାରଣ କରାଯିବ ବୋଳି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri