ରାୟଗଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି: ସପ୍ତାହେ ମଧ୍ୟରେ ଗଲାଣୀ ୨ ଜୀବନ 

ରାୟଗଡ଼ା/ଟିକିରି,୨୭।୭(ଆଶିଷ ରଞ୍ଜନ ପଣ୍ଡା/ ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଗୋରଖପୁର ପଞ୍ଚାୟତ ଲାମ୍ବେରୀ ଗ୍ରାମରେ ୨ ଜଣ ଝାଡ଼ାବାନ୍ତିରେ ପ୍ରାଣ ହରାଇଛନ୍ତି। ଗାଁରୁ ୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମୃତକ ହେଲେ ଗାଁର ଧନ ମାଝୀଙ୍କ ସ୍ତ୍ରୀ ତିଲେଇ(୫୦) ଏବଂ ବଳିଆ ମାଝିଙ୍କ ପୁଅ ଆନନ୍ଦ(୨୫)। ତିଲେଇଙ୍କର ୨୨ ତାରିଖରେ ଓ ଆନନ୍ଦଙ୍କର ଶନିବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତୁରନ୍ତ ଗାଁକୁ ଡାକ୍ତରୀ ଟିମ୍‌ ପଠାଇବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସିଡିଏମ୍‌ଓ ଡ.ଲାଲମୋହନ ରାଉତରାୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଡାକ୍ତରୀ ଟିମ୍‌ ଗାଁରେ ପହଞ୍ଚି ଲୋକଙ୍କ ଚିକିତ୍ସା କରୁଛି।
ଗୋରଖପୁର ପୂର୍ବତନ ସମିତି ସଭ୍ୟ ଅନିଲ କୁମାର ନାଏକଙ୍କ କହିବାନୁସାରେ ଆନନ୍ଦଙ୍କର ଶୁକ୍ରବାର ଅଚାନକ ଝାଡ଼ାବାନ୍ତି ଆରମ୍ଭ ହୋଇଥିଲା। ଡାକ୍ତରଖାନା ନେବା ପୂର୍ବରୁ ହିଁ ଶନିବାର ତାଙ୍କର ମୃତ୍ୟୁ ହୋଇଯାଇଥିଲା। ସେହିଭଳି ତିଲେଇଙ୍କର ୨୦ ତାରିଖରେ ଝାଡ଼ାବାନ୍ତି ହୋଇଥିଲା। ଏହାର ୨ ଦିନ ପରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଗାଁରେ ଆହୁରି ୧୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଅନିଲ ସୂଚନା ଦେଇଛନ୍ତି।
ଗୋରଖପୁରରୁ ୪ କି.ମି. ଦୂରରେ ରହିଥିବା ଏହି ଗ୍ରାମକୁ ପକ୍କାରାସ୍ତା ନାହିଁ। ଫଳରେ ଗାଁକୁ ଆମ୍ବୁଲାନ୍ସ ଆସିପାରୁନାହିଁ। ଉପଯୁକ୍ତ ସମୟରେ ସ୍ବାସ୍ଥ୍ୟସେବା ମଧ୍ୟ ମିଳୁନାହିଁ। ତେଣୁ ଗମନାଗମନ ବ୍ୟବସ୍ଥା ସୁଧାରିବା ସହିତ ଲାମ୍ବେରୀ ଗାଁକୁ ସ୍ବାସ୍ଥ୍ୟସେବା ନିୟମିତ କରିବା ପାଇଁ ଅନିଲ ଦାବି କରିଛନ୍ତି। ଏନେଇ ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କୁ ପଚାରିବାରୁ ସିଡିଏମ୍‌ଓଙ୍କୁ ଲାମ୍ବେରୀ ଗାଁକୁ ସ୍ବାସ୍ଥ୍ୟ ଟିମ୍‌ ପଠାଇବାକୁ କୁହାଯାଇଛି। ରବିବାର ଗାଁକୁ ଯାଇ ଲୋକଙ୍କ ସହ ଆଲୋଚନା କରିବେ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri