ଦିଗପହଣ୍ଡି ବ୍ୟାପୁଛି ଝାଡାବାନ୍ତି: ୧୧ ଅସୁସ୍ଥ, ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ଦିଗପହଣ୍ଡି,୭।୬(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ପଞ୍ଚାୟତ ଜନଜାତି ବହୁଳ ଦୁର୍ଗମ ଉସ୍ତପଲ୍ଲୀ ଗ୍ରାମରେ ଗତ ପ୍ରାୟ ୫ ଦିନ ହେଲା ଝାଡାବାନ୍ତି ଲାଗିରହିଛି। ୯ ଜଣ ଆକ୍ରାନ୍ତ ହୋଇଥିବା ୨ ମହିଳା ଗୁରୁତର ହୋଇ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଗତ ଗୁରୁବାର ଗ୍ରାମର ଦାସ ଶବରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ ସୋମବାର ସକାଳେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରସ୍‌ରେ ଚିକିତ୍ସାଧୀନ ପ୍ରକାଶ ରଇତଙ୍କ ମୃତ୍ୟୁ ଘଟିଛି । ପ୍ରକାଶଙ୍କୁ ସୋମବାର ଭୋରରେ ସଙ୍କଟାପନ୍ନ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଉପସ୍ଥିତ ଡାକ୍ତର ଓ ସାସ୍ଥ୍ୟ କର୍ମଚାରୀଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ତାଙ୍କ ପ୍ରାଣହାନି ଘଟିଥିଲା।

ପାଟପୁର ପୋଲିସ ଟିମ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବ୍ରହ୍ମପୁର ଉପଜିଲାପାଳ ଧିନା ଦସ୍ତାଗିର, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ବିଡ଼ିଓ ଅନାମିକା ପାଣ୍ଡେଙ୍କ ସମେତ ଜିଲାର ପଦସ୍ଥ ଅଧିକାରୀ ବୃନ୍ଦ, ଜିଲା ସ୍ବାସ୍ଥ୍ୟ ଟିମ ଗାଁରେ ପହଞ୍ଚି ସବିଶେଷ ଅନୁଧ୍ୟାନ କରି ଫେରିଛନ୍ତି।
ଗତ କିଛିଦିନ ଧରି ସମ୍ପୃକ୍ତ ଅଞ୍ଚଳରେ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଜଙ୍ଗଲ ପାହାଡ ଘେରା ଉସ୍ତପଲ୍ଲୀ ଗାଁ ଲୋକେ ଦୂଷିତ ପାଣିକୁ ବ୍ୟବହାର କରି ଆସୁଛନ୍ତି। ଯାହାର ପ୍ରଭାବରେ ରବିବାର ସକାଳୁ ଗ୍ରାମର ଗୌରୀ ଶବର , କାଳୁ ଶବର, ସୁମିତ୍ରା ଶବର, ସୁବାଷ ଶବର, ରାଜେଶ ଶବର, ଶିବାନନ୍ଦ ଶବର, ଅନିତା ଶବର, ପ୍ରିୟଙ୍କା ଶବର, ଦମୟନ୍ତୀ ଶବରଙ୍କୁ ଝାଡାବାନ୍ତି ହୋଇଥିଲା।

ଆକ୍ରାନ୍ତମାନଙ୍କୁ ଦୋଳା ସାହାଯ୍ୟରେ ବୁହାଯାଇ ଅଗମ୍ୟ କାଦୁଅ ଯୋଗୁଁ ଗ୍ରାମଠାରୁ ୨ ଶହ ମିଟର ଦୂରରେ ଅଟକି ଥିବା ଆମ୍ବୁଲାନ୍ସ ନିକଟକୁ ଅଣାଯିବା ପରେ ସମସ୍ତଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଅନୀତା ଓ ଦମୟନ୍ତୀଙ୍କ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ଼ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଅନ୍ୟମାନେ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ରବିବାର ଅପରାହ୍ନରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର, ବିଡ଼ିଓ, ତହସିଲଦାର ପହଞ୍ଚି ଲୋକଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ସଚେତନ ରହିବାକୁ ପରାମର୍ଶ ଦେଇ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri