ଦିଗପହଣ୍ଡି ବ୍ୟାପୁଛି ଝାଡାବାନ୍ତି: ୧୧ ଅସୁସ୍ଥ, ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ଦିଗପହଣ୍ଡି,୭।୬(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ପଞ୍ଚାୟତ ଜନଜାତି ବହୁଳ ଦୁର୍ଗମ ଉସ୍ତପଲ୍ଲୀ ଗ୍ରାମରେ ଗତ ପ୍ରାୟ ୫ ଦିନ ହେଲା ଝାଡାବାନ୍ତି ଲାଗିରହିଛି। ୯ ଜଣ ଆକ୍ରାନ୍ତ ହୋଇଥିବା ୨ ମହିଳା ଗୁରୁତର ହୋଇ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଗତ ଗୁରୁବାର ଗ୍ରାମର ଦାସ ଶବରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ ସୋମବାର ସକାଳେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରସ୍‌ରେ ଚିକିତ୍ସାଧୀନ ପ୍ରକାଶ ରଇତଙ୍କ ମୃତ୍ୟୁ ଘଟିଛି । ପ୍ରକାଶଙ୍କୁ ସୋମବାର ଭୋରରେ ସଙ୍କଟାପନ୍ନ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଉପସ୍ଥିତ ଡାକ୍ତର ଓ ସାସ୍ଥ୍ୟ କର୍ମଚାରୀଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ତାଙ୍କ ପ୍ରାଣହାନି ଘଟିଥିଲା।

ପାଟପୁର ପୋଲିସ ଟିମ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବ୍ରହ୍ମପୁର ଉପଜିଲାପାଳ ଧିନା ଦସ୍ତାଗିର, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ବିଡ଼ିଓ ଅନାମିକା ପାଣ୍ଡେଙ୍କ ସମେତ ଜିଲାର ପଦସ୍ଥ ଅଧିକାରୀ ବୃନ୍ଦ, ଜିଲା ସ୍ବାସ୍ଥ୍ୟ ଟିମ ଗାଁରେ ପହଞ୍ଚି ସବିଶେଷ ଅନୁଧ୍ୟାନ କରି ଫେରିଛନ୍ତି।
ଗତ କିଛିଦିନ ଧରି ସମ୍ପୃକ୍ତ ଅଞ୍ଚଳରେ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଜଙ୍ଗଲ ପାହାଡ ଘେରା ଉସ୍ତପଲ୍ଲୀ ଗାଁ ଲୋକେ ଦୂଷିତ ପାଣିକୁ ବ୍ୟବହାର କରି ଆସୁଛନ୍ତି। ଯାହାର ପ୍ରଭାବରେ ରବିବାର ସକାଳୁ ଗ୍ରାମର ଗୌରୀ ଶବର , କାଳୁ ଶବର, ସୁମିତ୍ରା ଶବର, ସୁବାଷ ଶବର, ରାଜେଶ ଶବର, ଶିବାନନ୍ଦ ଶବର, ଅନିତା ଶବର, ପ୍ରିୟଙ୍କା ଶବର, ଦମୟନ୍ତୀ ଶବରଙ୍କୁ ଝାଡାବାନ୍ତି ହୋଇଥିଲା।

ଆକ୍ରାନ୍ତମାନଙ୍କୁ ଦୋଳା ସାହାଯ୍ୟରେ ବୁହାଯାଇ ଅଗମ୍ୟ କାଦୁଅ ଯୋଗୁଁ ଗ୍ରାମଠାରୁ ୨ ଶହ ମିଟର ଦୂରରେ ଅଟକି ଥିବା ଆମ୍ବୁଲାନ୍ସ ନିକଟକୁ ଅଣାଯିବା ପରେ ସମସ୍ତଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଅନୀତା ଓ ଦମୟନ୍ତୀଙ୍କ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ଼ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଅନ୍ୟମାନେ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ରବିବାର ଅପରାହ୍ନରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର, ବିଡ଼ିଓ, ତହସିଲଦାର ପହଞ୍ଚି ଲୋକଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ସଚେତନ ରହିବାକୁ ପରାମର୍ଶ ଦେଇ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri