ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ହେଲେ ଭାତପୁର ପଞ୍ଚାୟତର କନଡୀ ଗ୍ରାମର ରାଜେନ୍ଦ୍ର ଉର୍ଲାକାଙ୍କ ଝିଅ ଲଗ୍ନା ଉର୍ଲାକା। ବିଦ୍ୟାଳୟର ୧୦୦ରୁ ଅଧିକ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଙ୍କୁ ଶୁକ୍ରବାର ରାତିରେ ବିଷମକଟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପ୍ରାୟ ୬୦ ଜଣ ଛାତ୍ରୀଙ୍କୁ ବିଦ୍ୟାଳୟ ପରିସରରେ ସ୍ଥାନୀୟ ଡାକ୍ତରଙ୍କ ଦ୍ୱାରା ଜରୁରିକାଳୀନ ଚିକିତ୍ସା ଯୋଗାଇ ଦିଆଯାଉଛି। ଖାଦ୍ୟ ବିଷାକ୍ତ କିମ୍ବା ଦୂଷିତ ଜଳ ବ୍ୟବହାର ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା ସନ୍ଦେହ କରାଯାଉଛି। ଖବରପାଇ ରାୟଗଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚତ୍ଛନ୍ତି। ଦଳ ପକ୍ଷରୁ ସ୍ଥିତିର ଅନୁଧ୍ୟାନ କରାଯିବା ସହ ଆକ୍ରାନ୍ତ ପିଲାଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ବିଦ୍ୟାଳୟର ପାନୀୟ ଜଳ ଓ ଖାଦ୍ୟର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବା ଜଣାପଡ଼ିଛି। ଲଗ୍ନାଙ୍କ ଦେହ ଅସୁସ୍ଥ ହେବା ପରେ ପରିବାରବର୍ଗ ତାଙ୍କୁ ନିଜ ଗ୍ରାମକୁ ନେଇଥିବା ବେଳେ ସେଠାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ହୋଇଥିବା ପ୍ରଧାନ ଶିକ୍ଷୟିତ୍ରୀ ଊର୍ମିଳା ଶତପଥୀ କହିଛନ୍ତି। ଏହି ଘଟଣା ପରେ ଅଭିଭାବକମାନେ ଭୟଭୀତ ହୋଇପଡ଼ିଛନ୍ତି।

ଆହୁରି ପଢ଼ନ୍ତୁ…
କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri