Posted inଫୁରସତ

ଘର ସଫା କରିବା ସମୟରେ ମିଳିଲା ଜେଜେବାପାଙ୍କ ଡାଏରୀ, ଏଥିରେ ଯାହା ଲେଖାଥିଲା ନାତି ହେଲେ ଆଶ୍ଚର୍ଯ୍ୟ

ଜଣେ ଯୁବକ ତାଙ୍କ ମା’ଙ୍କ ସହିତ ଘର ସଫା କରୁଥିବା ସମୟରେ ଏକ ଡାଏରୀ ପାଇଥିଲେ। ଏଥିରୁ ଯାହା ଦେଖିଲେ ସେ ଆଶ୍ଚର୍ଯ୍ୟ ହୋଇଗଲେ। କାରଣ ଏହି ଡାଏରୀରେ ମହାତ୍ମା ଗାନ୍ଧୀ, ଜବାହରଲାଲ ନେହେରୁ, ବି.ଆର୍‌ ଆମ୍ବେଦକର ଏବଂ ସିଭି ରମଣଙ୍କ ପରି ମହାନ ବ୍ୟକ୍ତିଙ୍କ ପ୍ରକୃତ ଦସ୍ତଖତ ରହିଥିଲା।

गांधी-नेहरू-आंबेडकर के हस्ताक्षर

ବିଜୟ ବସରୁର ନାମକ ଜଣେ ଯୁବକ ଏହି ଦସ୍ତଖତର ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି, ଗତ କିଛି ଦିନ ତଳେ ମୁଁ ଘର ସଫା କରୁଥିଲି। ଏହି ସମୟରେ ଜେଜେ ବାପାଙ୍କ ଡାଏରୀ ପାଇଲି। ଏଥିରେ ନେହରୁ, ଆମ୍ବେଦକର ଏବଂ ସିଭି ରମଣଙ୍କ ଦସ୍ତଖତ ପାଇଛି।

ଏହା ବ୍ୟତୀତ ବିଜୟ ସେହି ସମସ୍ତ ଦସ୍ତଖତର  ଫଟୋ ପୋଷ୍ଟ କରିଥିଲେ। ଦସ୍ତଖତ ବ୍ୟତୀତ ଦସ୍ତଖତର ତାରିଖ ମଧ୍ୟ ଲେଖାଯାଇଛି। ପୃଷ୍ଠାଗୁଡ଼ିକୁ ଦେଖିଲେ ଏଗୁଡ଼ିକ ବହୁତ ପୁରୁଣା ବୋଲି ବୁଝାପଡ଼େ।

ପୋଷ୍ଟ କରାଯାଇଥିବା ଫଟୋଗୁଡ଼ିକ ସ୍ପଷ୍ଟ ଭାବରେ ଦର୍ଶାଉଛି ଯେ, ନେହେରୁଙ୍କ ଦସ୍ତଖତ ୧୯୩୭ରେ ହୋଇଥିବା ବେଳେ ମହାତ୍ମା ଗାନ୍ଧୀଙ୍କ ଦସ୍ତଖତ ୧୯୩୮ରେ ଏବଂ ଆମ୍ବେଦକରଙ୍କ ଦସ୍ତଖତ ୧୯୪୮ରେ ହୋଇଛି। ସିଭି ରମଣଙ୍କ ଦସ୍ତଖତରେ ତାରିଖ ଲେଖା ନାହିଁ।

ଟୁଇଟର ବ୍ୟବହାରକାରୀମାନେ ଏହି ଫଟୋ ଦେଖି ବହୁତ ଖୁସି ବ୍ୟକ୍ତ କରିଛନ୍ତି। କିଛି ଲୋକ ବିଜୟଙ୍କୁ ପରାମର୍ଶ ଦେଉଥିବାର ଦେଖାଯାଇଛି। ଏହି ଡାଏରୀକୁ ସବୁଦିନ ସାଇତି ରଖିବା ପାଇଁ ୟୁଜରମାନେ ବିଜୟଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri