ଦିବାକର ମହାନ୍ତି, ନନ୍ଦକିଶୋର ସିଂହ ପାଇବେ ଭଜନସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ

କଟକ ଅଫିସ, ୧୬।୫: ସଙ୍ଗୀତଜ୍ଞ ଦିବାକର ମହାନ୍ତି ଓ ଗୀତିକାର ନନ୍ଦକିଶୋର ସିଂହ ଭଜନ ସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ-୨୦୨୩ ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶାର ଲବ୍ଧ ପ୍ରତିଷ୍ଠ କଣ୍ଠଶିଳ୍ପୀ ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀ ଉତ୍ସବ ଆସନ୍ତା ୨୫ ତାରିଖରେ କଟକ ଶତାବ୍ଦୀଭବନରେ ପାଳନ କରାଯିବ। ଉକ୍ତ ଉତ୍ସବରେ ଜୀବନବ୍ୟାପୀ ସାଧନା ପାଇଁ ସଙ୍ଗୀତଜ୍ଞ ମହାନ୍ତି ଓ ଗୀତିକାର ସିଂହଙ୍କୁ ଭଜନସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ ପ୍ରଦାନ କରାଯିବ। ସଙ୍ଗୀତଜ୍ଞ ମହାନ୍ତି ୧୯୭୧ ମସିହାରୁ ଆକାଶବାଣୀର ସ୍ବୀକୃତିପ୍ରାପ୍ତ କଳାକାର ମାନ୍ୟତା ପାଇଛନ୍ତି। ତାଙ୍କ କଣ୍ଠରୁ ‘ବନ୍ଦଶ୍ରୀ ବଳଦେବ ରୋହିଣୀ ନନ୍ଦନ…’, ‘ବଡ଼ଦାଣ୍ଡେ ଚାଲେ ତୁମ ନନ୍ଦିଘୋଷ ରଥ…’ ପ୍ରଭୃତି ଗୀତ ଲୋକପ୍ରିୟ ହୋଇପାରିଛି। ସେହିପରି ଗୀତିକାର ସିଂହ ୧୯୬୩ ମସିହାରୁ ଆକାଶବାଣୀର ସ୍ବୀକୃତିପ୍ରାପ୍ତ ଗୀତିକାର। ତାଙ୍କ ଲିଖିତ ଓ ଭିକାରୀ ବଳଙ୍କ କଣ୍ଠରେ ଗାୟନ କରାଯାଇଥିବା ଆଧୁନିକ ଗୀତ ‘ବସନ୍ତ ଲେଖିଛି ଚିଠି ଗୋଲାପି ଗୋଲାପି…’, ‘ସଜ ସକାଳର ଶେଫାଳି ଗୋତୁମେ ରାତ୍ରିର ରଜନୀଗନ୍ଧା…’ ପ୍ରଭୃତି ବେଶ୍‌ ଆଦୃତି ଲାଭ କରିଛି। ଭିକାରୀ ବଳଙ୍କ ଜୟନ୍ତୀ ଉତ୍ସବରେ ଉଭୟଙ୍କୁ ଅଙ୍ଗବସ୍ତ୍ର, ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯିବ। ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ କଣ୍ଠଶିଳ୍ପୀଙ୍କ ଦ୍ୱାରା ଭକ୍ତିସଙ୍ଗୀତ ପରିବେଷଣ କରାଯିବ ବୋଲି ଭଜନ ସମ୍ରାଟ ଭିକାରୀ ବଳ ସ୍ମୃତି ସଂସଦର ସମ୍ପାଦକ ଡ. ସୁନାମଣି ରାଉତ ସୋମବାର ଏକ ପ୍ରେସ୍‌ ବିବୃତ୍ତିରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri