ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ: ଅଭିଯୁକ୍ତଙ୍କୁ ପିଟି ପିଟି ମାରିଦେଲେ ଦୁଇ ଭାଇ

ରାଇକିଆ,୩୦ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମାଣିକେଶ୍ୱର ପଞ୍ଚାୟତ ସିକବାଡି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ କରିଥିବା ଜଣେ ଅଣଓଡ଼ିଆ ଯୁବକଙ୍କୁ ବାପା ଓ ଦାଦା ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଝାଡ଼ଖଣ୍ଡ ରାଜ୍ୟ ଚିରପାଲି ଅଞ୍ଚଳର ନୀରୁପଲ୍‌ ମେହେଟୋ (୪୦)। ପୋଲିସ ରବିବାର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଅଭିଯୁକ୍ତ ୨ ଭାଇଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚାଲିଛି। ଫୁଲବାଣୀରୁ ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ପ୍ରକାଶ ଯେ, ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୬ ମାସ ହେଲା ମାଣିକେଶ୍ୱର ପଞ୍ଚାୟତର ବୀର ଛକରୁ ଇନ୍ଦ୍ରଗଡ଼ ପଞ୍ଚାୟତ ଲଣ୍ଡାବାଲି ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଚାଲିଛି। ଗତ ମାସେ ହେଲା ନୀରୁପଲ୍‌ ଉକ୍ତ ରାସ୍ତା କାମରେ ନିୟୋଜିତ ଠିକାଦାର ସଂସ୍ଥାରେ ମିକ୍ସର୍‌ ମେଶିନ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ଶନିବାର ସିକବାଡିର ଦିବ୍ୟାଙ୍ଗ ନାବାଳିକା ଜଣକ ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନ଼େଇ ନୀରୁପଲ୍‌ ତାଙ୍କ ଘରକୁ ଯାଇ ଅସଦାଚରଣ କରିଥିଲେ। ଘର ଲୋକେ ଆସିବା ପରେ ନାବାଳିକା ଜଣଙ୍କ ଘଟଣା ସମ୍ପର୍କରେ କହିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ନାବାଳିକାଙ୍କ ବାପା ଓ ଦାଦା ମିଶି ଉକ୍ତ ଠିକାଦାର କ୍ୟାମ୍ପକୁ ଯାଇଥିଲେ। ସେମାନେ ନୀରୁପଲ୍‌ଙ୍କୁ ବାହାରକୁ ଡାକି ନିସ୍ତୁକ ପିଟିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ସମ୍ପୃକ୍ତ ଠିକାଦାର ସଂସ୍ଥାର କର୍ମଚାରୀ ରୋହିତ ଗଉଡ ରବିବାର ରାଇକିଆ ଥାନାରେମ୍‌ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ୨ ଭାଇଙ୍କୁ କାବୁ କରିଥିଲା। ନୀରୁପଲ୍‌ଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ପରିବାର ଲୋକଙ୍କୁ ଜଣାଇଥିଲା। ପରିବାର ଲୋକେ ରାଇକିଆରେ ପହଞ୍ଚି ଥିଲେ ମଧ୍ୟ ରାତି ହୋଇଯାଇଥିବାରୁ ସୋମବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି। ଏ ନେଇ ନଂ. ୮୧/୨୩ରେ ହତ୍ୟା ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଥିବା ଥାନା ଅଧିକାରୀ ରମାକାନ୍ତ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri