ଆବାସ ପାଇବାରୁ ବଞ୍ଚିତ ଦିବ୍ୟାଙ୍ଗ ପରିବାର

ଧର୍ମଶାଳା,୨୪ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଏଠାରେ ଯୋଗ୍ୟ ହିତାଧିକାରୀ ବାଦ୍‌ ପଡୁଥିବାବେଳେ ଅଯୋଗ୍ୟଙ୍କୁ ଦିଆଯାଉଛି ଗୃହ। ପିସି ଦେଉ ନ ଥିବା ଓ ଶାସକ ଦଳର ସମର୍ଥକ ହୋଇ ନ ଥିବାରୁ ଅନେକ ଯୋଗ୍ୟ ହିତାଧିକାରୀ ଯୋଜନାରୁ ବାଦ ପଡୁଛନ୍ତି। ଏହାର ଉଦାହରଣ ଦେଖିବାକୁ ମିଳିଛି ବ୍ଲକ୍‌ ଅଧୀନ ନେଉଳପୁର ପଞ୍ଚାୟତ ନେଉଳପୁର ଗ୍ରାମର ଦିବ୍ୟାଙ୍ଗ ମହିଳା କମରୁନ ବିବିଙ୍କ ପରିବାର କ୍ଷେତ୍ରରେ। ପଞ୍ଚାୟତ ଜନପ୍ରତିନିଧି ଓ ବ୍ଲକ ପ୍ରଶାସନର ଅବହେଳା ଯୋଗୁ ତାଙ୍କ ପରିବାର ଆବାସ ଯୋଜନାରେ ଘର ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। କମରୁନ ବିବିଙ୍କ ୨ ଝିଅ ଓ ଗୋଟିଏ ପୁଅ ଜନ୍ମରୁ ଦିବ୍ୟାଙ୍ଗ। ସେମାନେ ପରଘରେ ପାଇଟି କରି ପରିବାର ପ୍ରତିପୋଷଣ କରିଥାନ୍ତି। ଝାଟିମାଟି ଘରେ ରହୁଥିବା ଏହି ପରିବାର ପାଇଁ ଆବାସ ଗୃହ ଯୋଗାଇ ଦେବା ଲାଗି କମରୁନଙ୍କ ବଡ଼ଝିଅ ତମନ୍ନା ପରବିନ ଆବେଦନ କରିଥିଲେ। ଗୃହ ମିଳିବ ବୋଲି ସ୍ଥାନୀୟ ସରପଞ୍ଚ ଓ ସମିତିସଭ୍ୟ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଏହା ମଧ୍ୟରେ ୫ ବର୍ଷ ବିତିଯାଇଥିଲେ ମଧ୍ୟ ତମନ୍ନାଙ୍କୁ ଆବାସ ଗୃହ ପ୍ରଦାନ କରାଯାଇ ପାରିନାହିଁ। ଏନେଇ ବୁଧବାର ତମନ୍ନା ତାଙ୍କ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ଧର୍ମଶାଳା ବିଡିଓଙ୍କୁ ଭେଟି ପକ୍କାଘରଟିଏ ପାଇଁ ନିବେଦନ କରିଛନ୍ତି। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏସମ୍ପର୍କରେ ଅବଗତ ହେବା ପରେ ୨ରୁ ୩ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି। ତେବେ ଦେଖିବାକୁ ଅପେକ୍ଷା କେବେ ଏହି ସମସ୍ୟାର ସମାଧନ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri