ଆବାସରୁ ବଞ୍ଚିତ୍ତ ଦିବ୍ୟାଙ୍ଗ ଜମ୍ବୁ

ଚମ୍ପୁଆ, ୪।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ଭିନ୍ନକ୍ଷମମାନଙ୍କୁ ସାମାଜିକ ସୁରକ୍ଷାରେ ସାମିଲ କରିବା ପାଇଁ ବିଭିନ୍ନ ଯୋଜନାମାନ କରିଛନ୍ତି। ଅଗ୍ରାଧିକାର ଭିତ୍ତିରେ ଦିବ୍ୟାଙ୍ଗମାନଙ୍କୁ ସହାୟତା ପ୍ରଦାନ ପାଇଁ ବହୁବିଧି ପଦକ୍ଷେପ ଗ୍ରହଣ କରାଯାଇଛି। ମାତ୍ର ଏହାର ଓଲଟା ପ୍ରତିବିମ୍ବ ଦେଖିବାକୁ ମିଳିଛି ଚମ୍ପୁଆ ବ୍ଲକ୍‌ର ଜାମୁଦଲକ ପଞ୍ଚାୟତ ମଙ୍ଗଳପୁର ଗ୍ରାମର ଜମ୍ବୁ ନାଏକଙ୍କ କ୍ଷେତ୍ରରେ।
ସୂଚନା ଅନୁଯାୟୀ, ମଙ୍ଗଳପୁର ଗ୍ରାମର ପଦ୍ମଚରଣ ନାଏକଙ୍କ ପତ୍ନୀ ଜମ୍ବୁ ନାଏକ ୨୦୧୩ରେ ଉଭୟ ଗୋଡ଼ରେ କଷ୍ଟ ଅନୁଭବ କରିଥିଲେ। ଆର୍ଥିକ ଅନଗ୍ରସର ହୋଇଥିବାରୁ ଚିକିସତ୍ା କରାଇପାରି ନ ଥିଲେ। ଫଳରେ ଦୁଇ ଗୋଡ଼ ଓ ଦୁଇ ହାତ ବଙ୍କା ହୋଇଯିବାରୁ ସେ ଦିବ୍ୟାଙ୍ଗ ପାଲଟି ଯାଇଥିଲେ। ଏପରିକି ପରିବାର ଦାୟିତ୍ୱ ତୁଲାଉଥିବା ଜମ୍ବୁ ନିଜ ନିତ୍ୟକର୍ମ ମଧ୍ୟ କରିବା ପାଇଁ ଅସମର୍ଥ ହୋଇଗଲେ। ଏଭଳି କ୍ଷେତ୍ରରେ ସେ ଭଙ୍ଗା ଦଦରା ଘରେ ରହୁଥିବା ବେଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନ ପାଇଁ ପଞ୍ଚାୟତରେ ୩ ଥର ଆବେଦନ କରିଥିଲେ। ମାତ୍ର ଏପର୍ଯ୍ୟନ୍ତ ଯୋଗ୍ୟ ହିତାଧିକାରୀଙ୍କ ତାଲିକାରେ ତାଙ୍କ ନାମ ରହୁ ନ ଥିବା ପରିତାପର ବିଷୟ ପାଲଟିଛି। ଏଥିସହ ଏକ ତିନିଚକିଆ ସାଇକେଲ ପାଇଁ ପ୍ରଶାସନକୁ ନିବେଦନ କରିଥିବା ବେଳେ ତାହା ମଧ୍ୟ ମିଳିନାହିଁ। ଏ ନେଇ ଜାମୁଦଲକ ପଞ୍ଚାୟତ ନିର୍ବାହୀ ଅଧିକାରୀ ରୀନା ପ୍ରଧାନ କହିଛନ୍ତି, ସେ ଅଳ୍ପ ଦିନ ହେବ ପଞ୍ଚାୟତରେ ଯୋଗ ଦେଇଛନ୍ତି। ବର୍ଷେ ପୂର୍ବରୁ ଏହାର ଲିଷ୍ଟ୍‌ ପ୍ରଦାନ କରାଯାଇଥିଲା। ସେ ଏ ବିଷୟରେ ଚମ୍ପୁଆ ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri