ଦିବ୍ୟାଙ୍ଗ, ବୟସ୍କ ଭୋଟରଙ୍କ ପାଇଁ ଡାକଭୋଟ ବ୍ୟବସ୍ଥା

ଭଦ୍ରକ ଅଫିସ,୮।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ଶାନ୍ତନୁ କୁମାର ମହାନ୍ତି ଓ ରାମଦାସ ଟୁଡ଼ୁ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରତାପ ପ୍ରୀତିମୟ, ଅତିରିକ୍ତ ନିର୍ବାହୀ ଅଧିକାରୀ (ପ୍ରଶାସନ) କୁଶଳ ଚନ୍ଦ୍ର ନାୟକ, ଉପଜିଲାପାଳ ମନୋଜ ପାତ୍ରଙ୍କ ସହ ବିଡିଓ, ତହସିଲଦାର ଏବଂ ଜିଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକରେ ୭୧ ଓ ଧାମନଗର ବ୍ଲକରେ ୧୮୧ ସମୁଦାୟ ୨୫୨ ବୁଥ୍‌ କରାଯିବ। ବୁଥ୍‌ଗୁଡ଼ିକର ନାମ ଠିକ୍‌ ଅଛି କି ନାହିଁ ତଦାରଖ କରିବାକୁ ଜିଲା ଶିକ୍ଷାଧିକାରୀ ଏବଂ ମଙ୍ଗଳ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଦିବ୍ୟାଙ୍ଗ ଏବଂ ୮୦ବର୍ଷ ବୟସରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ଭୋଟରମାନଙ୍କ ପାଇଁ ପ୍ରଥମଥର ଏହି ନିର୍ବାଚନରେ ପ୍ରଚଳନ ହେବାକୁ ଥିବା ଡାକ ଭୋଟ୍‌ ବ୍ୟବସ୍ଥା ସମ୍ପର୍କରେ ଜିଲାପାଳ ସୂଚନା ଦେଇଥିଲେ। ବିଏଲ୍‌ଓ ଏବଂ ଅନ୍ୟ କର୍ମଚାରୀଙ୍କ ଜରିଆରେ ଏହି ଭୋଟରମାନଙ୍କୁ ଚିହ୍ନଟ ପାଇଁ ସର୍ଭେ କରି ଡାକଭୋଟ ପାଇଁ ଇଚ୍ଛୁକ ଥିବା ସ୍ବୀକୃତିପତ୍ର ସଂଗ୍ରହ କରିବାକୁ ଜିଲାପାଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri