ଜୟବିଜୟ ଦ୍ୱାର ନିକଟରେ ଦର୍ଶନ କରିବେ ଦିବ୍ୟାଙ୍ଗ

ପୁରୀ ଅଫିସ, ୪ା୩: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ନେଇ ଶୁକ୍ରବାର ବଡ଼ଦାଣ୍ଡସ୍ଥିତ ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ଅଧ୍ୟକ୍ଷତା କରିଥିବାବେଳେ ପରିଚାଳନା କମିଟି ସଦସ୍ୟ ଏବଂ ଅଧିକାରୀଙ୍କ ସମେତ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଯୋଗଦେଇଥିଲେ। ଦିବ୍ୟାଙ୍ଗମାନେ ଯେପରି ଶ୍ରୀମନ୍ଦିର ପରିସରକୁ ଯାଇ ସୁରୁଖୁରୁରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ସେ ନେଇ ବୈଠକରେ ଆଲୋଚନା ହୋଇଛି। ଦିବ୍ୟାଙ୍ଗଙ୍କ ଦର୍ଶନ ନେଇ ସ୍ବତନ୍ତ୍ର ଭାବେ ଏସ୍‌ଓପି ପ୍ରସ୍ତୁତ ପାଇଁ ଯୋଜନା ଜାରି ରହିଥିବା ପ୍ରଶାସକ ମତ ରଖିଛନ୍ତି। ତେବେ ପ୍ରାଥମିକ ଭାବେ ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ ମାଧ୍ୟମରେ ନାମ ପଞ୍ଜୀକରଣ କରିବା ସହିତ ନିର୍ଦ୍ଧାରିତ ସମୟରେ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ ବୋଲି ବୈଠକରେ ସ୍ଥିର ହୋଇଛି। ବାହାର କାଠ ନିକଟରୁ ଏହି ଦର୍ଶନର ସୁବିଧା ଦିନକୁ ଦୁଇଥର ପାଇଁ ଉପଲବ୍ଧ କରାଯିବ। ଶ୍ରୀମନ୍ଦିର ଉତ୍ତରଦ୍ୱାର ଦେଇ ଦିବ୍ୟାଙ୍ଗମାନେ ପ୍ରବେଶ କରି ଘଣ୍ଟିଦ୍ୱାର ହୋଇ ଜୟବିଜୟ ଦ୍ୱାର ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଦିବ୍ୟାଙ୍ଗମାନେ ହୁଇଲ ଚେୟାରରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ବିରୋଧ ହେତୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଦିବ୍ୟାଙ୍ଗମାନଙ୍କୁ ବୋଝିଆ କରି ଦର୍ଶନ ପାଇଁ ନିଆଯିବ। ଏଥିଲାଗି ବୋଝିଆ ନିଯୁକ୍ତ ହେବେ। ପୂର୍ବରୁ କୋର୍ଟ ଦିବ୍ୟାଙ୍ଗ ଦର୍ଶନ ପାଇଁ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ପଦକ୍ଷେପ ନିଆଯାଉଛି। ତେବେ ବୈଠକରେ ନିଷ୍ପତ୍ତିଗୁଡ଼ିକ ଚୂଡ଼ାନ୍ତ ହୋଇନାହିଁ। ଉକ୍ତ ପ୍ରସ୍ତାବଗୁଡ଼ିିକୁ ବିଚାର କରି ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବୈଠକ ସମ୍ପର୍କରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଜେନା ସୂଚନା ଦେଇ କହିଛନ୍ତି, ଦିବ୍ୟାଙ୍ଗ ଭକ୍ତ ଯେପରି ଶ୍ରୀମନ୍ଦିର ଭିତରକୁ ଯାଇ ସୁବିଧାରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ସେ ନେଇ ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା ବୈଠକରେ ଆଲୋଚନା ହୋଇଥିଲା। ତାହା ଉପରେ ଏହି ବୈଠକରେ ଆଲୋଚନା କରାଯାଇଛି। ତେବେ କୌଣସି ନିଷ୍ପତ୍ତି ନିଆଯାଇନାହିଁ, କେବଳ ଆଲୋଚନା ହୋଇଛି। ଉତ୍ତରଦ୍ୱାର ଦେଇ ଭିତରକୁ ଯିବା ପରେ ଘଣ୍ଟିଦ୍ୱାର ଦେଇ ଜୟବିଜୟ ଦ୍ୱାର ନିକଟରେ ଦର୍ଶନ କରିବେ। ସୀମିତ ସମୟ ରହିବ। ରେଜିଷ୍ଟ୍ରେଶନ ପାଇଁ ପୋର୍ଟାଲ ରହିବ। ଉକ୍ତ ପୋର୍ଟାଲ୍‌ ମାଧ୍ୟମରେ ଦିବ୍ୟାଙ୍ଗ ଭକ୍ତମାନେ ନାମ ରେଜିଷ୍ଟ୍ରେଶନ କରିବେ। ଶ୍ରୀମନ୍ଦିର ଭିତରକୁ ହୁଇଲ ଚେୟାରକୁ ବିରୋଧ କରାଯାଉଛି। ତେଣୁ ଦିବ୍ୟାଙ୍ଗ ଭକ୍ତଙ୍କୁ ଦର୍ଶନ କରାଇବା ପାଇଁ ବୋଝିଆ ବ୍ୟବସ୍ଥା କରାଯିବ। ସେମାନେ ଝୁଲା ସାହାଯ୍ୟରେ ଦିିବ୍ୟାଙ୍ଗଙ୍କୁ ନେଇ ମହାପ୍ରଭୁଙ୍କ ଦର୍ଶନ କରାଇବେ। ତେବେ ପରବର୍ତ୍ତୀ ବୈଠକରେ ଏନେଇ ଆଲୋଚନା କରାଯାଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ସେହିପରି ପରିଚାଳନା କମିଟି ସଦସ୍ୟ ତଥା ଦଇତାପତି ସେବକ ଦୁର୍ଗା ଦାସ ମହାପାତ୍ର କହିଛନ୍ତି, ପରବର୍ତ୍ତୀ ବୈଠକରେ ନିଷ୍ପତ୍ତି ହେବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ନକ୍ସା ପ୍ରସ୍ତୁତି କରାଯାଇ କାର୍ଯ୍ୟ କରାଯିବ। ଦିବ୍ୟାଙ୍ଗ ଭକ୍ତଙ୍କୁ ଝୁଲା ସାହାଯ୍ୟରେ ନେବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୃଷ୍ଟପୁଷ୍ଟ ଥିବା ଉଭୟ ପୁରୁଷ ଓ ନାରୀଙ୍କୁ ନିଯୁକ୍ତି ଦିଆଯିବ। ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଦର୍ଶନ ବ୍ୟବସ୍ଥା କରାଯିବ। ଯେଉଁ ସମୟରେ ଭକ୍ତମାନେ ବାହାର କାଠ ନିକଟରେ ଦର୍ଶନ କରୁଥିବେ, ସେହି ସମୟରେ ଦିବ୍ୟାଙ୍ଗ ଭକ୍ତମାନେ ଉତ୍ତର ଦ୍ୱାର ଦେଇ ଘଣ୍ଟିଦ୍ୱାର ହୋଇ ଜୟବିଜୟ ଦ୍ୱାର ନିକଟରେ ଠାକୁରଙ୍କୁ ଦର୍ଶନ କରି ଫେରିବେ। ସେହିପରି ଯେଉଁମାନେ ଅନ୍‌ଲାଇନ୍‌ ଦ୍ୱାରା ନାମ ରେଜିଷ୍ଟ୍ରେଶନ କରିପାରିବେ ନାହିଁ ତାଙ୍କ ପାଇଁ ଅଫ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌ ବ୍ୟବସ୍ଥା କରାଯିବ। ଏକ ସମୟ ଦିଆଯିବା ସହ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ନିର୍ଦ୍ଦିଷ୍ଟ ସଂଖ୍ୟକ ଦିବ୍ୟାଙ୍ଗ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ ବୋଲି ଦାସ ମହାପାତ୍ର ସୂଚନା ଦେଇଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଶ୍ରୀମନ୍ଦିର ନୀତି ପ୍ରଶାସନ ଜିତେନ୍ଦ୍ର ଜେନା, ସୁରକ୍ଷା ପ୍ରଶାସକଙ୍କ ସହ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri