ଦିବ୍ୟାଙ୍ଗ ଯୁବକଙ୍କୁ ଭତ୍ତା ଲୋଭ ଦେଖାଇ ଅସ୍ତ୍ରୋପଚାର

ମାଥିଲି, ୧୨ା୮(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ ମହୁପଦର ପଞ୍ଚାୟତର ଆମ୍ବାଗୁଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଅବିବାହିତ ଯୁବକଙ୍କୁ କାଗଜପତ୍ରରେ ବିବାହିତ ଦର୍ଶାଇ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଯାଇଛି। ଏହା ଜଣାପଡ଼ିବା ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ସମ୍ପୃକ୍ତ ଯୁବକ ଜଣକ ହେଲେ ଗଙ୍ଗା ଦୁରୁଆ, ବୟସ ୨୬ ବର୍ଷ। ଆଦିବାସୀ ସମ୍ପ୍ରଦାୟର ମୂକ ଯୁବକ ଗଙ୍ଗାଙ୍କୁ ଭତ୍ତା ମିଳିବ ବୋଲି ପ୍ରଲୋଭିତକରି ନିକଟରେ ଆଶାକର୍ମୀ ତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ତେବେ ଏଠାରେ ତାଙ୍କୁ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରି ଛାଡ଼ି ଦିଆଯାଇଥିଲା। ସ୍ବାସ୍ଥ୍ୟକେନ୍ଦ୍ରରେ ଏପରି ହୋଇଥିବା ଗଙ୍ଗାଙ୍କ ମାଆ ଚମ୍ପା ଜାଣିବା ପରେ ସେ ଗ୍ରାମ ଲୋକଙ୍କୁ ଏ ବିଷୟରେ ଜଣାଇଥିଲେ। ଗ୍ରାମବାସୀ ମଧ୍ୟ ଏହାକୁ ତୀବ୍ର ବିରୋଧ କରିଥିଲେ।
ଖବରରୁ ଜଣାପଡିଛି, ଗତ ୩ରେ ମାଥିଲି ସବ୍‌ଡିଭିଜନ ମେଡିକାଲରେ ପୁରୁଷ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରାଯାଇଥିଲା। ଏଥିରେ ମହୁପଦର ଅଞ୍ଚଳରୁ ୨ ଜଣଙ୍କୁ ଅସ୍ତ୍ରୋପଚାର କରିବାକୁ ଆଶାକର୍ମୀ ଆଣିଥିଲେ। ସେମାନଙ୍କ ମଧ୍ୟରେ ଗଙ୍ଗା ଥିଲେ। ସାଧାରଣତଃ ଜନ୍ମରୁ ମୂକ ପାଲଟିଥିବା ଗଙ୍ଗା ମାନସିକ ଓ ଶାରୀରିକ ସ୍ତରରେ ଥିଲେ ଅସୁସ୍ଥ। ଦିବ୍ୟାଙ୍ଗ ଭତ୍ତା ମିଳିବ ବୋଲି କହି ଆଶାକର୍ମୀ ଜଣକ ତାଙ୍କୁ ଏବଂ ତାଙ୍କ ମାଆଙ୍କୁ ମାଥିଲି ଆଣିଥିଲେ। ଗଙ୍ଗାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ନେଇ ବିବାହିତ ବୋଲି କହି ତାଙ୍କର ଅସ୍ତ୍ରୋପଚାର କରାଇଥିଲେ। ଘରକୁ ଆସିବା ପରେ ଚମ୍ପା ଏକଥା ଜାଣିବାକୁ ପାଇ ଆଶାକର୍ମୀ ଜଣକ ଅନ୍ୟାୟ ଭାବେ ପୁଅକୁ ନେଇ ଅସ୍ତ୍ରୋପଚାର କରିଥିବା ଅଭିଯୋଗ ଉଠାଇଥିଲେ। ଘଟଣା ଜାଣିବା ପରେ କଂଗ୍ରେସ ନେତା ଶରତ ଚନ୍ଦ୍ର ବୁରୁଦା ଆମ୍ବଗୁଡା ଗ୍ରାମକୁ ଯାଇ ଏହାର ସତ୍ୟତା ଅନୁଧ୍ୟାନକରି ଶୁକ୍ରବାର ମାଲକାନଗିରି ଜିଲାପାଳ ବିଶାଲ ସିଂଙ୍କୁ ଭେଟି ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବିପତ୍ର ଦେଇଛନ୍ତି। ଏ ସମ୍ପର୍କରେ ମାଲକାନଗିରି ସିଡିଏମ୍‌ଓ ଡା. ପ୍ରଫୁଲ୍ଲ ନନ୍ଦଙ୍କୁ ପଚାରିବାରୁ ସେ କହିଲେ, ଏହି ଖବର ଜଣାପଡିବା ପରେ ଘଟଣା ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଗତ ୩ ତାରିଖରେ ଗଙ୍ଗାଙ୍କ ପ୍ରତି ହୋଇଥିବା ଅନ୍ୟାୟର ବିଭାଗୀୟ ତଦନ୍ତ କରାଯିବ। ଯିଏ ଦୋଷୀ ସାବ୍ୟସ୍ତ ହେବେ ତାଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଡିଏମ୍‌ଓ ନନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri