Categories: ରାଜ୍ୟ

ଡିବିରିରେ ଜଳିଗଲା ସଂସାର

ପାଟଣା,୧୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାକୁଣ୍ଡାପାଳ ପଞ୍ଚାୟତ ଜଡ଼ିଚାତର ଗାଁ ଉପରସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଡିବିରିରୁ ନିଆଁ ଲାଗି ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଲାଲମୋହନ ମହାନ୍ତ(୬୨) ଓ ତାଙ୍କ ସ୍ତ୍ରୀ ଲବଙ୍ଗ(୫୫)।

ସୂଚନା ଅନୁଯାୟୀ, ବୁଧବାର ରାତିରେ ଦମ୍ପତି ଶୋଇଥିବା ବେଳେ ଡିବିରି ନିଆଁରୁ ଘରେ ନିଆଁ ଲାଗି ଯାଇଥିଲା। ଘଟଣାସ୍ଥଳରେ ଲବଙ୍ଗଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାର ଲୋକେ ଲାଲମୋହନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଗୁରୁବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଶୁକ୍ରବାର ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଛି। ଏ ନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୩୫/୨୧) ରୁଜୁ ହୋଇଛି।