ଦିବ୍ୟାଙ୍ଗ ଯୁବତୀଙ୍କୁୁ ବଳାତ୍କାର: ଆତ୍ମଘୋଷିତ ବାବା ଗିରଫ

ବାରିପଦା ଅଫିସ,୨୬।୧: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଆତ୍ମଘୋଷିତ ଜଣେ ବାବା ଜଠାରାମ ମୁର୍ମୁଙ୍କୁ ଗିରଫ କରିଛି। ଘଟଣାକୁ ଚପାଇ ଦେବା ପାଇଁ ଗ୍ରାମରେ ବୈଠକ ବସି ଅଭିଯୁକ୍ତଙ୍କଠାରୁ ଜରିମାନା ବାବଦରେ ୯୦ହଜାର ଟଙ୍କା ଆଦାୟ ପାଇଁ ନିଷ୍ପତ୍ତି ହୋଇଥିଲା। ତେବେ ପୀଡ଼ିତା ଗୁରୁତର ହୋଇପଡ଼ିବାରୁ ପରିବାର ଲୋକେ ତାଙ୍କୁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରିଛନ୍ତି। ଯୁବତୀଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତିକରି ଥାନାରେ ଏକ ମାମଲା (ନଂ.୨୬/୨୨) ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ଗତ ୨୨ତାରିଖରେ ଅଭିଯୁକ୍ତ ବାବା ଜଠାରାମ ପୀଡ଼ିତାଙ୍କୁୁ ବଳପୂର୍ବକ ଉଠାଇ ନେଇ ବଳାତ୍କାର କରିଥିଲେ। ପରିବାର ଲୋକେ ଜାଣିବା ପରେ ସମାଧାନ ପାଇଁ ଗ୍ରାମରେ ଏକ ବୈଠକ ବସିଥିଲା। ଯୁବତୀଙ୍କ ଚିକିତ୍ସା ଲାଗି ଅଭିଯୁକ୍ତ ୯୦ହଜାର ଟଙ୍କା ଦେବେ ବୋଲି ନିଷ୍ପତ୍ତି ହୋଇଥିଲା। ଅଭିଯୁକ୍ତ ଅଗ୍ରିମ ୫ହଜାର ଟଙ୍କା ମଧ୍ୟ ଦେଇଥିଲେ। ଅବଶିଷ୍ଟ ଟଙ୍କା ଫେବୃୟାରୀ ୧୨ତାରିଖ ସୁଦ୍ଧା ଦେବାକୁ ସିଦ୍ଧାନ୍ତ ହୋଇଥିଲା। ଏଥିରେ ଗ୍ରାମର ୪୦ରୁ ଊର୍ଦ୍ଧ୍ୱ ଲୋକ ଉପସ୍ଥିତ ରହି ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରିଥିଲେ। ତେବେ ପୀଡ଼ିତା ଗୁରୁତର ହୋଇପଡ଼ିବାରୁ ପରିବାର ଲୋକେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବା ସହ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚିି ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri