ଦିବ୍ୟାଙ୍ଗଙ୍କୁ ୨ କି.ମି. ଚଲାଇଲେ

ଭୁବନ, ୪।୧୨(ଡି.ଏନ୍‌.ଏ.)-ଦିବ୍ୟାଙ୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ କରାଇବା, ସେମାନେ କୌଣସି ଗୁଣରେ କମ୍‌ ନୁହନ୍ତି ବୋଲି ଅନୁଭବ କରାଇବା ଏବଂ ସେମାନଙ୍କ ମଧ୍ୟରେ ଥିବା ଦକ୍ଷତାର ବିକଶିତ କରାଇବା ଭଳି ମହତ୍‌ ଉଦ୍ଦେଶ୍ୟ ନେଇ ମଙ୍ଗଳବାର ପାଳିତ ହୋଇଛି ବିଶ୍ୱ ଭିନ୍ନକ୍ଷମ ଦିବସ। ହେଲେ ଢେଙ୍କାନାଳ ଜିଲା ଭୁବନରୁ ଦିବସ ପାଳନ ବେଳେ ଆସିଛି ନକାରାତ୍ମକ ଚିତ୍ର। ଶିକ୍ଷା ବିଭାଗର ଦୂରଦୃଷ୍ଟି ଅଭାବରୁ ହାତଗଣତି ଦିବ୍ୟାଙ୍ଗ ଛାତ୍ରୀଛାତ୍ର କାର୍ଯ୍ୟକ୍ରମରେ ଯୋଗଦେଇଥିବାବେଳେ ସେମାନଙ୍କୁ ହଟହଟା ହେବାକୁ ପଡ଼ିଛି। କେବଳ ଏତିକି ନୁହେଁ, ସଚେତନତା ଶୋଭାଯାତ୍ରା ନାମରେ ପିଲାମାନଙ୍କୁ ୨ କିମି ଚଲାଇବାକୁ ନେଇ ଅଭିଭାବକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି।
ପୂର୍ବ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ସ୍ଥାନୀୟ ବଡ଼ହାଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିକ୍ଷା ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ମୁଖ୍ୟଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ, ସମ୍ମାନିତ ଅତିଥି ବିଡିଓ ଆଶୀର୍ବାଦ ପରିଡ଼ା, ବିଇଓ ପ୍ରତାପ ଶତପଥୀ, ସିଆର୍‌ସିସି ରାଜଲକ୍ଷ୍ମୀ ଟୁଡୁ, ଏବିଇଓ ପୁଷ୍ପାଞ୍ଜଳି ମିଶ୍ର, ସୁମରି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସୂଚନା ଅଭାବରୁ ବ୍ଲକ ଏବଂ ଏନ୍‌ଏସିର ବିଭିନ୍ନ ସ୍କୁଲରେ ପଢୁଥିବା ୪୬୨ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମାତ୍ର ୫୩ ଜଣ ଉପସ୍ଥିତ ଥିଲେ। ଅପରପକ୍ଷେ ବ୍ଲକ କାର୍ଯ୍ୟାଳୟଠାରୁ ବଡ଼ହାଟ ସ୍କୁଲ ଯାଏ ୨ କି.ମି. ଯାଏ ଛାତ୍ରୀଛାତ୍ରଙ୍କୁ ପ୍ଲାକାର୍ଡ ଧରାଇ ରାଲିର ଆୟୋଜନ କରାଯାଇଥିଲା। ପିଲାମାନେ ବଡ଼କଷ୍ଟରେ ଶୋଭାଯାତ୍ରାରେ ଆସିଥିଲେ। ଏହାପରେ ଚିତ୍ରାଙ୍କନ, ପ୍ରବନ୍ଧ, ସଂଗୀତ, ମ୍ୟୁଜିକ୍‌ ଚେୟାର ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ତେବେ ଦିବ୍ୟାଙ୍ଗ ଦିବସରେ ଏଭଳି ଅବ୍ୟବସ୍ଥାକୁ ବୁଦ୍ଧିଜୀବୀ ନାପସନ୍ଦ କରିଛନ୍ତି।
ଏ ସଂକ୍ରାନ୍ତରେ ବିଇଓ କୁହନ୍ତି, ଦାୟିତ୍ୱରେ ଥିବା ଅଧିକାରୀ ହୁଏତ ସୂଚନା ଦେଇନାହାନ୍ତି। ତେଣୁ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସଂଖ୍ୟା କମ୍‌ ଥିଲା। କେତେକ କ୍ଷେତ୍ରରେ ଅଭିଭାବକ ମଧ୍ୟ ପିଲାମାନଙ୍କୁ ଛାଡ଼ିବାକୁ ଅଗଭର ହେଉ ନ ଥିଲେ। ବିଭାଗ ପକ୍ଷରୁ ଯଥାସାଧ୍ୟ ଉଦ୍ୟମ କରି ପିଲାମାନଙ୍କୁ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

ଜଙ୍ଗଲରେ ବ୍ୟାପିଲାଣି ନିଆଁ, ରୋକିବା ପାଇଁ ଅଣ୍ଟାଭିଡ଼ିଲେ ଜିଲାପରିଷଦ ସଭ୍ୟ

ପରଜଙ୍ଗ,୧୨ା୩(ନିଗମାନନ୍ଦ ଦଳବେହେରା): ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଢେଙ୍କାନାଳ ବନଖଣ୍ଡର ମହାବିରୋଡ୍‌ ବନାଞ୍ଚଳରେ ଥିବା ଜଙ୍ଗଲଗୁଡ଼ିକରେ ନିଆଁ ଲାଗିବା ଆରମ୍ଭ ହୋଇଛି। ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri